ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଆୟୋଜନ ପାଇଁ ପ୍ରସ୍ତୁତ ବୈଠକ

ହିଞ୍ଜିଳିକାଟୁ ୨୧।୭ ହିଞ୍ଜିଳିକାଟୁ ରେ ପ୍ରଥମ ଥର ପାଇଁ ରାଜ୍ୟ ସ୍ତରୀୟ ଵ୍ୟାଡମିଣ୍ଟନ ପ୍ରତିଯୋଗିତା ଆସନ୍ତା ୨୮ ତାରିଖ ଠାରୁ ଆରମ୍ଭ ହୋଇ ୩୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।ଏ ନେଇ ହିଞ୍ଜିଳିକାଟୁ ପୌରପରିଷଦ କାର୍ଯ୍ୟାଳୟ ପରିସରର ସଭାଗୃହରେ ପାକପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପୋଲାଈ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଗଞ୍ଜାମ ଉପଜିଲ୍ଲାପାଳ ପ୍ରଶନ କୁମାର ପାତ୍ର, ଗ୍ରୀଟ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ହିଞ୍ଜିଳିକାଟୁ ପୌରପରିଷଦ ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ହିଞ୍ଜିଳିକାଟୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଵ୍ରତ କୁମାର ଜେନା, ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡା, ହିଞ୍ଜିଳିକାଟୁ ଥାନା ଅଧିକାରୀ ଅଭିମନ୍ୟୁ ଦାସ, ହିଞ୍ଜିଳିକାଟୁ ପୌରପରିଷଦ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ଵେହେରା ପ୍ରମୁଖ ମଞ୍ଚାସୀନ ଥିଲେ। ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ରେ ୧୯ ବର୍ଷ ରୁ କମ୍ ବର୍ଗର ଏହି ପ୍ରତିଯୋଗିତା ରେ ବିଭିନ୍ନ ସ୍ଥାନରୁ ୧୩୦ ଜଣ ଛାତ୍ରଛାତ୍ରୀ ଭାଗ ନେଵେ। ହିଞ୍ଜିଳିକାଟୁ ମିନିଷ୍ଟାଡିୟମ ପରିଷରରେ ଥିବା ଇନଡୋର ଷ୍ଟାଡିୟମରେ ଏହି ପ୍ରତିଯୋଗିତା ୨୮ ରୁ ଆରମ୍ଭ ହୋଇ ୩୦ ପର୍ଯ୍ୟନ୍ତ ଚାଲିବ । ଖେଳାଳିଙ୍କ ରହିଵା ଓ ଖାଇବା ବ୍ୟବସ୍ଥା ସହ ସମସ୍ତ ପ୍ରକାର ସୁବିଧା ସୁଯୋଗ ଯୋଗାଇ ଦେବାକୁ ଉପଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପାଇଁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ହିଞ୍ଜିଳିକାଟୁ ପ୍ରଶାସନ କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର,ହିଞ୍ଜିଳିକାଟୁ ଵିଜେଡି ନଗର ସଭାପତି ଭୀମସେନ ବେହେରା, ଵିଜେଡି ଓଡିଶା ମୋ ପରିବାର ସମ୍ପାଦକ ନୀଳମଣି ପଟ୍ଟନାୟକ, ଗଞ୍ଜାମ ଜିଲ୍ଲା ଵିଜେଡି ସମ୍ପାଦକ ତରୁଣ କୁମାର ପଣ୍ଡା, ଙ୍କ ସହ ଵିଜେଡି ର ନୁତନ ଭାବେ ଦାୟିତ୍ଵ ଗ୍ରହଣ କରିଥିବା ସଦସ୍ୟ, ସମସ୍ତ କାଉନସିଲର ଓ ହିଞ୍ଜିଳିକାଟୁ ପୌରପରିଷଦ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ

nis-ad
Leave A Reply

Your email address will not be published.