୭ ବର୍ଷର ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୫ ବର୍ଷ ଜେଲ ୨୦ ହଜାର ଟଙ୍କା ଜୋରିମାନା

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ଵତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ଏକ ଦୁଷ୍କର୍ମ ମାମଲାର ବିଚାରଣା କରି ଘଟଣାର ସାକ୍ଷୀ, ଡାକ୍ତରୀ ରିପୋର୍ଟ ଏବଂ ସାକ୍ଷୀ ପ୍ରମାଣ ଆଧାରରେ ମାମଲାର ଅଭିଯୁକ୍ତ ବିଜୟ ନାୟକ ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୫ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୨୦ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଭିଯୁକ୍ତକୁ ଆଉ ଅଧିକ ୧ ବର୍ଷ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ବିଚାରପତି ନିଜ ରାୟରେ ପ୍ରକାଶ କରିଛନ୍ତି । ସରକାରଙ୍କ ପକ୍ଷରୁ ମାମଲାକୁ ସ୍ୱତନ୍ତ୍ର ପୋସ୍କୋ କୋର୍ଟର ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।ପ୍ରାପ୍ତ ସୂଚନା ଅନୁଯାୟୀ ଉଦୟଗିରି ଥାନାରେ ନାବାଳିକା ପୀଡିତାଙ୍କ ପରିବାର ପକ୍ଷରୁ ଅଭିଯୁକ୍ତ ବିଜୟ ନାମରେ ଅଭିଯୋଗ ହୋଇଥିଲା l ଅଭିଯୋଗ ପ୍ରକାରେ ୯୯/୨୦ ରେ ଏକ ମାମଲା ପୋସ୍କୋ ଆଇନ ଅନୁସାରେ ରୁଜ୍ଜୁ କରିବା ସହିତ ଅଭିଯୁକ୍ତକୁ କୋର୍ଟରେ ହାଜର କରାଇଥିଲା।
ସେହି ମାମଲାରର ବିଚାରଣ କରି ବିଚାରପତି ଉପୋରୋକ୍ତ ରାୟ ଶୁଣାଇଛନ୍ତି । ଏଥି ସହିତ ଏହି ମାମଲାରେ ପୀଡିତାର ପରିବାରକୁ ଆଇନସେବା ପ୍ରାଧିକରଣ ତରଫରୁ ୬ ଲକ୍ଷ ଟଙ୍କା କ୍ଷତି ପୂରଣ ରାଶି ଯୋଗାଇ ଦେବାଲାଗି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି l

nis-ad
Leave A Reply

Your email address will not be published.