ଫିରିଙ୍ଗିଆ ଥାନାଧିକାରୀଙ୍କ ନିଲମ୍ବନ ଏବଂ ଗିରଫ ଦାବିରେ ଉତ୍ୟକ୍ତ ଲୋକ ଥାନା ପୋଡି ଦେଲେ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ର ଫିରିଙ୍ଗିଆ ଠାରେ ଫିରିଙ୍ଗିଆ ବାଲିଗୁଡା ମୁଖ୍ୟ ରାସ୍ତାକୁ ଉତ୍ୟକ୍ତ ଲୋକ ଅବରୋଧ କରିଛନ୍ତି। ସେମାନଙ୍କୁ ବୁଝାଇବାକୁ ଯାଇଥିବା ସଦର ଏସ୍‌ଡିପିଓ ସୁପ୍ରଶନ୍ନ ମଲ୍ଲିକ, ତହସିଲଦାର ଏମ୍ ଅନୁରାଧାଙ୍କୁ ଲୋକେ ଲୋକେ ଗୋଡ଼ାଇ ଗୋଡ଼ାଇ ପିଟିଛନ୍ତି । ଏହାପରେ ଥାନା ଭିତରେ ପସି ପୋଡା ଜଲା କରିବା ସହ ଜବତ ଗାଡିକୁ ଲୁଟି ନେଇଛନ୍ତି। ଘଟଣାସ୍ଥଳରେ ଫୋର୍ସ ଅଧିକ ନ ଥିବାରୁ ପରିସ୍ଥିତି ଉତେଜନାପୂର୍ଣ୍ଣ ରହିଛି।ସୂଚନାଯୋଗ୍ୟ, ଫିରିଙ୍ଗିଆ ଥାନା ପୋଲିସ ଗାଡିରେ ଗଞ୍ଜେଇ ଚାଲାଣ ହେଉଥ‌ିବା ଅଭିଯୋଗ କରି ଏବଂ ଥାନାଧିକାରୀ ତପନ କୁମାର ନାହାକଙ୍କ ଗିରଫ ଦାବିରେ ଲୋକେ ରାସ୍ତାରୋକ କରିଥିଲେ। ଶହ ଶହ ସଂଖ୍ୟାରେ ମହିଳା ଓ ପୁରୁଷ ଆସି ରାସ୍ତା ଅବରୋଧ କରିଥିଲେ। ପ୍ରାୟ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ରାସ୍ତାରୋକ ଚାଲିଥିଲା। ସଦର ଏସଡିପିଓ ମଲ୍ଲିକ ଏବଂ ତହସିଲଦାର କିଛି ଫୋର୍ସଙ୍କ ସହ ଘଟଣାସ୍ଥଳକୁ ଯାଇ ଲୋକଙ୍କ ସହ ଆଲୋଚନା କରିଥିଲେ । ଏହି ସମୟରେ ଉତ୍ୟକ୍ତ ଲୋକେ ଠେଲା ପେଲା ହୋଇଥିଲା l ଏହାପରେ ପୋଲିସ ଏବଂ ସ୍ଥାନୀୟ ବାସିନ୍ଦା ମଧ୍ୟରେ ହାତା ହାତୀ ହୋଇଥିଲା l ପରେ ସେମାନେ କିଛି ଫୋର୍ସଙ୍କ ସହ ଆସି ଥାନାରେ ପହଞ୍ଚିଥିଲେ। ହେଲେ ଲୋକେ ସେଠାକୁ ମଧ୍ୟ ଗୋଡେଇ ଆସି ଥାନା ଭିତରକୁ ପଶିଥିଲେ । ସେଠାରେ ପୋଲିସ ଏବଂ ଲୋକଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ଏହାପରେ ପରିସ୍ଥିତି ଅଣାୟତ ହୋଇପଡିଥିଲା। ଖବର ଅନୁସାରେ ଏସଡିପିଓ, ତହସିଲଦାର ଙ୍କ ସମେତ କିଛି ଅଞ୍ଚଳବାସୀ ଘଟଣାରେ ଆହତ ହୋଇଛନ୍ତି।

nis-ad
Leave A Reply

Your email address will not be published.