୧୨ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ, ଆଗାମୀ ୩ ଦିନ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି…

rain

ଭୁବନେଶ୍ୱର: ସମଗ୍ର ଓଡିଶାରେ ବର୍ଷାର ପରିମାଣ ହ୍ରାସ ପାଇଥିବା ବେଳେ ଭାରତ ପାଣିପାଗ ବିଭାଗ (ଆଇଏମଡି) ଆସନ୍ତା ୩ ଦିନ ମଧ୍ୟରେ ଅନେକ ଜିଲ୍ଲା ପାଇଁ ବଜ୍ରପାତ ହେବା ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଅଗଷ୍ଟ ୨୮ ତାରିଖ, ସୋମବାର ଅପରାହ୍ନ ସୁଦ୍ଧା ଉତ୍ତର ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।

ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏକ ସୂଚନା ଜାରି କରାଯାଇଥି। ସୂଚନା ଅନୁଯାୟୀ, ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କାଲାହାଣ୍ଡି, ଗଜପତି ଏବଂ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ସୋମବାର ସକାଳ ୮.୩୦ ପର୍ଯ୍ୟନ୍ତ ହାଲୁକା କିମ୍ବା ମଧ୍ୟମ ଧରଣର ବର୍ଷା ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କାଲାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ଭଦ୍ରକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି।

ଆଗାମୀ ଦୁଇ ଦିନ ମଧ୍ୟରେ କେତେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅଗଷ୍ଟ ୩୦ ତାରିଖରେ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସମ୍ବଲପୁର, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ଏବଂ ଉପକୂଳବର୍ତ୍ତୀ ଜିଲ୍ଲାର ଗୋଟେ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।


Post Views: 6

nis-ad
Leave A Reply

Your email address will not be published.