ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ

eewr

ଭୁବନେଶ୍ୱର:ଉତ୍ତରପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ  ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ  ଉପକୂଳରେ  ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏ ନେଇ ମଙ୍ଗଳବାର ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ଆଇଏମଡି । ଏହାର ପ୍ରଭାବରେ ଓଡ଼ିଶା ହାଲୁକାର ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।  କେତେକ ସ୍ଥାନରେ ଘଡଘଡି, ବିଜୁଳି ସହ ବ୍ୟାପକ ବର୍ଷା ହେବା ସହ କେତେକ ସ୍ଥନାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ମଧ୍ୟ ରହିଛି ।

ପୂର୍ବରୁ ପାଣିପାଗ ବିଭାଗ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଆଦି ଜିଲ୍ଲାରେ ଆଜି( ସେପ୍ଟେମ୍ବର ୫ ତାରିଖ) ପାଇଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ସତର୍କ ସୂଚନା ଜାରି କରିଥିଲା । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଥିଲା ପାଣିପାଗ ବିଭାଗ । ସେହିପରି ରାୟଗଡା, କନ୍ଧମାଳ, ବୌଦ୍ଧ ନୂଆପଡା, ବଲାଙ୍ଗୀର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର ଏବଂ ସମ୍ବଲପୁର  ପାଇଁ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ସତର୍କ ସୂଚନା ଜାରି କରିଥିଲା ।

ପାଣିପାଗ ଗବେଷକ ଉମାଶଙ୍କର ଦାଶଙ୍କ ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ର ପ୍ରବାହ ଦକ୍ଷିଣ ଓଡ଼ିଶାରେ ବେଶୀ ପଡ଼ିବ।   ପ୍ରଭାବରେ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା  ସମ୍ଭାବନା ରହିଛି। ହେଲେ ଆଜି ୩ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା  ସମ୍ଭାବନା ରହିଛି।

 


Post Views: 6

nis-ad
Leave A Reply

Your email address will not be published.