ଆଜିଠୁ ରାଜ୍ୟରେ ବିଦ୍ୟାଳୟସ୍ତରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଉପରେ ସଚେତନତା କାର୍ଯ୍ୟକ୍ରମ

asw

ଭୁବନେଶ୍ୱର: ଆଜିଠୁ ସାରା ରାଜ୍ୟରେ ବିଦ୍ୟାଳୟ ସ୍ତରରେ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ଉପରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହେବ । ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ, ଉଚ୍ଚପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ କରାଯିବ । ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ କରାଯିବାକୁ ଥିବାବେଳେ ଏଥିରେ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟ, ପୁରାତନ ଛାତ୍ର କମିଟିର ସଦସ୍ୟ, ଅଭିଭାବକ, ଗ୍ରାମପଞ୍ଚାୟତର ପ୍ରତିନିଧି ଯୋଗ ଦେବେ ।

ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ଉପସ୍ଥିତ ବ୍ୟକ୍ତିବିଶେଷଙ୍କୁ ବିଦ୍ୟାଳୟ ପୁରସ୍କାର, ପ୍ରଧାନଶିକ୍ଷକ ପୁରସ୍କାର, ଶିକ୍ଷକ ପୁରସ୍କାର ଏବଂ ପୁରାତନ ଛାତ୍ର କମିଟି ପୁରସ୍କାର ଉପରେ ବିସ୍ତୃତ ସୂଚନା ଦେବେ । ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଉପସ୍ଥିତ ବ୍ୟକ୍ତିବିଶେଷଙ୍କୁ ବିଦ୍ୟାଳୟ ପୁରସ୍କାର, ପ୍ରଧାନଶିକ୍ଷକ ପୁରସ୍କାର, ଶିକ୍ଷକ ପୁରସ୍କାର, ବିଦ୍ୟାଳୟ ପରିଚାଳନା କମିଟି ପୁରସ୍କାର ଏବଂ ପୁରାତନ ଛାତ୍ର କମିଟି ପୁରସ୍କାର ଉପରେ ସଚେତନ କରାଇବେ ।

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ଛାତ୍ରଛାତ୍ରୀ ପୁରସ୍କାର ପାଇଁ ବର୍ତ୍ତମାନ ରାଜ୍ୟସ୍ତରୀୟ ଓ ଜିଲ୍ଲାସ୍ତରୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ, ଜିଲ୍ଲା ଓ ବ୍ଲକ୍‌ ସ୍ତରରେ ମେଧାବୀଙ୍କୁ ପୁରସ୍କାର ପ୍ରଦାନ କରାଯିବ  ।  ରାଜ୍ୟସ୍ତରରେ ୫୦ ହଜାର ଟଙ୍କା, ଜିଲ୍ଲାସ୍ତରରେ ୧୦ ହଜାର ଟଙ୍କା ଏବଂ ବ୍ଲକସ୍ତରରେ ୫ ହଜାର ଟଙ୍କା ଲେଖାଏଁ ପୁରସ୍କାର ରାଶି ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ପ୍ରଦାନ କରାଯିବ । ଅନ୍ୟପକ୍ଷରେ ଦଶମବୋର୍ଡ ପରୀକ୍ଷାରେ ସର୍ବାଧିକ ନମ୍ବର ରଖିଥିବା ଆର୍ଥିକ ଅନଗ୍ରସର ପରିବାରର ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରୋତ୍ସାହିତ କରିବାକୁ ଛାତ୍ରଛାତ୍ରୀ ମେଧା-ବୃତ୍ତି ପୁରସ୍କାର ମିଳିବ ।


Post Views: 6

nis-ad
Leave A Reply

Your email address will not be published.