ଲେଙ୍କା ସେବକ ଶବରୁଣୀ ବେଶ ହୋଇ ଗୁଆକୋଳି ଓ ନଡ଼ିଆ ପାତି ମିଶାଇ ଏକ ବାଉଁଶିଆରେ ଧରି ଆସି ସେଠାରେ ନୀତି ସମ୍ପାଦନ କରିବେ । ଭିତରଚ୍ଛ ମହାପାତ୍ର ଉକ୍ତ ଶବରୁଣୀଠାରୁ କୋଳି ଆଣି ମହାପ୍ରଭୁଙ୍କୁ ସମର୍ପଣ ଓ ମଣୋହି କରିଵା ପରେ ପୂଜାପଣ୍ଡା ସେଠାରେ ଶୀତଳ ଭୋଗ ଓ ଭିତରଚ୍ଛ ମହାପାତ୍ର ବନ୍ଦାପନା ନୀତି କରିବେ । ସନ୍ଧ୍ୟାଧୂପ ପରେ ଠାକୁରମାନଙ୍କୁ ବନଭୋଜି ବେଶରେ ସୁସଜ୍ଜିତ କରାଯିବ । ଏହି ବେଶରେ ଶ୍ରୀଜିଉମାନେ ଶ୍ରୀଭୁଜରେ ରୂପା ପିଙ୍ଗଣରେ ସର ଧାରଣ ସହ ଅନ୍ୟ ହସ୍ତରେ ନଉଡି ଧରିଥାନ୍ତି । ବନଭୋଜି ବେଶରେ ଠାକୁରମାନଙ୍କୁ ପ୍ରାୟ ୧୮ ପ୍ରକାର ସ୍ବର୍ଣ୍ଣ ଅଳଙ୍କାର ଯଥା ହରିଡ଼ା ମାଳ, ବାହାଡା ମାଳ, ଶ୍ରୀଭୁଜ, ଶ୍ରୀପୟର, ଝୋବା ମାଳ, କିରିଟ, କୁଣ୍ଡଳ ଆଦି ବିବିଧ ସ୍ଵର୍ଣ୍ଣ ଅଳଙ୍କାରରେ ବିଭୂଷଣ କରାଯାଇଥାଏ ।
Post Views: 7