ପୁରୀରୁ ତାଳଚେର ମଧ୍ୟରେ ଦ୍ଵିତୀୟ ବନ୍ଦେ ଭାରତ ଟ୍ରେନର ଟ୍ରାଏଲ ରନ୍ ଆରମ୍ଭ…

vande

ପୁରୀ: ମାତ୍ର ୬ ଘଣ୍ଟାରେ ପୁରୀରୁ ଯାଇହେବ ରାଉରକେଲା | ଓଡ଼ିଶାରେ ଚାଲିବାକୁ ଥିବା ଦ୍ଵିତୀୟ ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଚଳାଚଳ ଆଜି କରାଯାଇଛି | ପୁରୀରୁ ରାଉରକେଲା ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଟ୍ରେନ୍ ଆଜି ପୁରୀରୁ ତାଳଚେର ମଧ୍ୟରେ ଟ୍ରାଏଲ ରନ୍ ଆରମ୍ଭ ହୋଇଛି ।

ଟ୍ରାଏଲ ରନ୍ ବେଳେ ଖୋର୍ଦ୍ଧା, ଭୁବନେଶ୍ୱର, କଟକ ଓ ଢ଼େଙ୍କାନାଳ ଷ୍ଟେସନରେ ମାତ୍ର ୨ ମିନିଟ୍ ଲେଖାଏଁ ଏହି ଟ୍ରେନ୍ ରହିଥିଲା । ପୁରୀ ଷ୍ଟେସନରୁ ସକାଳ ୯ଟା ୩୦ରୁ ବାହାରିଥିବା ବେଳେ ଦିନ ୧୨ଟା ୩୦ରେ ତାଳଚେର ଟ୍ରେନ୍ ପହଁଞ୍ଚିଥିଲା । ଚଳିତ ବର୍ଷ ମେ’ ମାସ ୧୮ ତାରିଖରେ ପୁରୀରୁ-ହାୱଡ଼ା ପର୍ଯ୍ୟନ୍ତ ଗଡ଼ିଥିଲା ବନ୍ଦେ ଭାରତ ଏକ୍ସପ୍ରେସ୍ । ଯାହାକୁ ଭର୍ଚୁଆଲରେ ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

nis-ad
Leave A Reply

Your email address will not be published.