ମୌସୁମୀ ଅଧିବେଶନ: ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ…

assembly

ଭୁବନେଶ୍ୱର : ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଦିବଙ୍ଗତ ନେତାଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ପୂର୍ବତନ ବାଚସ୍ପତି ତଥା ଦିଗପହଣ୍ଡି ବିଧାୟକ ସୂର୍ଯ୍ୟ ନାରାୟଣ ପାତ୍ରଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର, କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ସମର୍ଥନ କରିଥିଲେ। ଏମାନେ ସମସ୍ତେ ଦିବଙ୍ଗତ ବ୍ୟକ୍ତିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାପରେ ଦିବଙ୍ଗତ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।

ଅପରାହ୍ଣ ୫ଟା ଯାଏ ବିଧାନସଭାକୁ ମୁଲତବୀ ରଖାଯାଇଛି। ନୂତନ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହ ପରିଚାଳନା କରିଛନ୍ତି। ଅପରାହ୍ଣ ୫ଟାରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିବେ। ପ୍ରଥମ ଦିନରେ ଆଗତ ହେବ ୨୦୨୩-୨୦୨୪ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ । ପ୍ରାୟ ୨୧ ହଜାର କୋଟିରୁ ଅଧିକ ଟଙ୍କାର ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଅକ୍ଟୋବର ୪ ତାରିଖ ଯାଏ ଚାଲିବ ମୌସୁମୀ ଅଧିବେଶନ ।

nis-ad
Leave A Reply

Your email address will not be published.