କୋଇକୋଣ୍ଡା ଆଶ୍ରମ ବିଦ୍ୟାଳୟରେ ଆମେ ଜାଣିବା ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ…

କାଲିମେଳା : ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ମହାରାଜପାଲ୍ଲୀ ପଞ୍ଚାୟତ କୋଇକୋଣ୍ଡା ଆଶ୍ରମ ବିଦ୍ୟାଳୟରେ ଆଜି ଆମେ ଜାଣିବା ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନନ୍ତପାଲ୍ଲୀ ଏସ ଏସ ଡ଼ି ହାଇସ୍କୁଲ ର ପ୍ରଧାନଶିକ୍ଷକ ଉମାଶଙ୍କର ପଟ୍ଟନାୟକ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥ୍ ଭାବେ ସ୍ଥାନୀୟ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରର ଡାକ୍ତର ମଦାଇ ଟୁଡୁ , ମୁଖ୍ୟ ବକ୍ତା ଭାବେ ପୁସୁଗୁଡା ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶାରଦା ପ୍ରସାଦ ସିଂ , ସମ୍ମାନିତ ଅତିଥ୍ ଭାବେ ମହାରାଜପାଲି ସରପଞ୍ଚ ମୁତା ସୋଡି ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାର ଅନୁସୂଚିତ ଜାତି ଓ ଜନଜାତିର ବିଦ୍ୟାର୍ଥୀଙ୍କ ପାଇଁ କରିଥିବା ସମସ୍ତ ପ୍ରକାର ବ୍ୟବସ୍ଥା ସମ୍ପର୍କରେ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ।ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା କରାଯାଇ କୃତି ଛାତ୍ର ଛାତ୍ରୀ ଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । କୋଇକୋଣ୍ଡା ଆଶ୍ରମ ବିଦ୍ୟାଳୟ ର ପ୍ରଧାନଶିକ୍ଷକ ଶ୍ୟାମ ଖିଲ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟାଳୟ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ପୂର୍ଣ ସହଯୋଗ କରିଥିଲେ ।

nis-ad
Leave A Reply

Your email address will not be published.