ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

cm naveen

କେନ୍ଦୁଝର  : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ କେନ୍ଦୁଝର ଜିଲା ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟରେ ୩ ହଜାର ୫ଶହ ୬୮ଟି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି।

ଜିଲାର ୧୩ଟି ବ୍ଲକ୍‌ରୁ ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ବହୁ ସଂଖ୍ୟାରେ ଜନସାଧାରଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। କାର୍ଯ୍ୟକ୍ରମରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଉପସ୍ଥିତ ରହିଥିଲେ। ଘଷିପୁରା ବିଧାୟକ ବଦ୍ରିନାରାୟଣ ପାତ୍ର ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ଅଭିଭାଷଣ ପ୍ରଦାନ କରିଥିଲେ।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ପାଟଣା ବିଧାୟକ ଜଗନ୍ନାଥ ନାଏକ, ତେଲକୋଇ ବିଧାୟକ ପ୍ରେମାନନ୍ଦ ନାଏକ, ଆନନ୍ଦପୁର ବିଧାୟକ ଭାଗୀରଥି ସେଠୀ ପ୍ରମୁଖ ଉପସ୍ଥିତ ଥିଲେ। କେନ୍ଦୁଝର ସଦର ବ୍ଲକ କାର୍ଯ୍ୟକ୍ରମରେ ଜିଲାପରିଷଦ ଅଧ୍ୟକ୍ଷା ସାଗରିକା ସାହୁଙ୍କ ସମେତ ଅନ୍ୟ ଜିଲା ପରିଷଦ ସଦସ୍ୟ ଏବଂ ସରପଞ୍ଚ ସାମିଲ ହୋଇଥିଲେ ।

nis-ad
Leave A Reply

Your email address will not be published.