ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

IMAGE_1698929885

ଭୁବନେଶ୍ବର : ଅକ୍ଟୋବର ୩୦ ତାରିଖରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଥିବା ବେଳେ ଆଜି ରାଜ୍ୟରେ ଲାଞ୍ଚ ନେଇ ଧରାପଡ଼ିଛନ୍ତି ଦୁଇ ଜଣ ସରକାରୀ ଅଧିକାରୀ। ସେମାନଙ୍କ ମଧ୍ୟରୁ ଜଣେ ରାଜସ୍ୱ ନିରୀକ୍ଷକ (ଆରଆଇ) ଓ ଅନ୍ୟ ଜଣେ କନିଷ୍ଠ ଯନ୍ତ୍ରୀ (ଜେଇଇ)। କନିଷ୍ଠ ଯନ୍ତ୍ରୀ ଜଣଙ୍କ ହେଉଛନ୍ତି ମହିଳା। ତାଙ୍କ ନାଁ ସାଗରିକା ମହାନ୍ତି।
ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଏନ୍‌ଏସିରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ସାଗରିକା ମହାନ୍ତି ଜଣେ ବ୍ୟକ୍ତିଙ୍କ ଘରର ନକ୍ସାକୁ ଅନୁମତି ଦେବାକୁ ଫାଇଲ୍ କାମ ଆଗେଇ ନେବାକୁ ଲାଞ୍ଚ ମାଗିଥିଲେ। ଆଜି ସେ ଅଭିଯୋଗକାରୀଙ୍କଠାରୁ ୪୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।
ସାଗରିକା ମହାନ୍ତି ଲାଞ୍ଚ ଅର୍ଥ ସହିତ ଧରାପଡ଼ିବା ପରେ ତାଙ୍କର ଦୁଇଟି ଠିକଣାରେ ଚଢ଼ାଉ କରାଯାଇଛି। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଏହି ଘଟଣାରେ ବ୍ରହ୍ମପୁର ଭିଜିଲାନ୍ସ ଥାନାରେ ମାମଲା ରୁଜୁ ହୋଇଛି।
ଅନ୍ୟପକ୍ଷରେ ମାଲକାନଗିରି ଜିଲ୍ଲା ମୋଟୁ ତହସିଲର ମୋଟୁ ସର୍କଲର ରାଜସ୍ୱ ନିରୀକ୍ଷକ (ଆରଆଇ) ସୂରଜଚନ୍ଦ୍ର ବଳ ଆଜି ୧୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ଜବରଦଖଲ ମାମଲାରେ ନୋଟିସ୍ ଜାରି କରିବା ପାଇଁ ସେ ଏହି ଅର୍ଥ ନେଉଥିଲେ।

nis-ad
Leave A Reply

Your email address will not be published.