ପେନ୍‌ସନ୍‌ଭୋଗୀଙ୍କୁ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ସହାୟତା ଆରମ୍ଭ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପ କୋଷାଗାର ଅଧିକାରୀ ସୁଧାକର କହଁର,ତପନ କୁମାର ଦିଗାଳ, ପ୍ରଦୀପ କୁମାର ବେହେରା, ମିନତୀ କୁମାରି ମିଶ୍ର, ଶରତ କୁମାର ପୂଜାରୀ ମୋ ସେବା କେନ୍ଦ୍ରର ଜିଲ୍ଲା ପରିଚାଳକ ଗୋଲକ ବିହାରି ନାୟକଙ୍କ ସମେତ କାର୍ଯ୍ୟାଳୟରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ବାଲିଗୁଡା ଅଞ୍ଚଳର ବହୁ ପେନସନ ଉପଭୋକ୍ତା ନିଜର ଆଧାର କାର୍ଡ, ପେନସନ ବହି, ବ୍ୟାଙ୍କ ପାସ ବୁକ ଏବଂ ମୋବଇଲ ନମ୍ବର ସଂଯୋଗ କରି ବିନା ଶୁଳ୍କରେ ସେମାନଙ୍କ ଜୀବନ ପ୍ରମାଣପତ୍ର ହାତପାଆନ୍ତାରେ ପାଇପାରିବେ । ମୋ ସେବା କେନ୍ଦ୍ର ମାଧ୍ୟମରେ ପେନସନ ଉପଭୋକ୍ତାଙ୍କ ଘରକୁ ଯାଇ ସେବା ଦେବାର ବ୍ୟବସ୍ଥା ମଧ୍ୟ ରହିଛି । ରାଜ୍ୟ ସରକାରଙ୍କ ଏହି ଯୋଜନାକୁ ପେନସନ ଉପଭୋକ୍ତା ସାଧୁବାଦ ଜଣେଇଛନ୍ତି ।

nis-ad
Leave A Reply

Your email address will not be published.