ଏସିଆନ ପାରା ଗେମ୍ସରେ ସଫଳତା ପାଇଁ ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ ପ୍ରଧାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ…

pr

ଭୁବନେଶ୍ବର : ଚୀନ୍‌ର ହାଙ୍ଗଝୋଉରେ ସଦ୍ୟ ଶେଷ ହୋଇଥିବା ପାରା ଏସିଆନ୍ ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ପାରା ଆଥଲେଟ ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ ପ୍ରଧାନଙ୍କୁ ଅର୍ଥ ପୁରସ୍କାର ଦେଇ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ପାରା ସଟଲର ପ୍ରମୋଦ ଭଗତଙ୍କୁ ୨ କୋଟି ଟଙ୍କା ପୁରସ୍କାର ଦିଆଯାଇଥିବା ବେଳେ ଦୃଷ୍ଟିବାଧିତ ଚେସ ତାରକା ସୌନ୍ଦର୍ଯ୍ୟ ପ୍ରଧାନଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦିଆଯାଇଛି।

ପାରା ଏସୀୟ କ୍ରୀଡା ବ୍ୟାଡମିଣ୍ଟନରେ ପ୍ରମୋଦ ଭଗତ ଉଲ୍ଲେଖନୀୟ ସଫଳତା ହାସଲ କରିଥିଲେ । ଗୋଟିଏ ସ୍ୱର୍ଣ୍ଣ ସହ ତିନିଟି ପଦକ ଜିତିଥିଲେ ଭଗତ। ଚେସରେ ସୌନ୍ଦର୍ଯ୍ୟ ପ୍ରଧାନ ଗୋଟିଏ ସ୍ୱର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ହାସଲ କରିଥିଲେ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ପାରା ଆଥଲେଟଙ୍କୁ ସେମାନଙ୍କ ପ୍ରଦର୍ଶନ ପାଇଁ ଉଚ୍ଚ ପ୍ରଶଂସା କରିବା ସହ ଅଭିନନ୍ଦନ ଜଣାଇଛନ୍ତି। ସେମାନଙ୍କ ପ୍ରଦର୍ଶନରେ ସେ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆଗାମୀ ପ୍ୟାରିସ ପାରା ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ପ୍ରମୋଦ ଭଗତଙ୍କୁ ସମସ୍ତ ସହାୟତା ଦିଆଯିବ ବୋଲି ଆଶ୍ୱାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସୌନ୍ଦର୍ଯ୍ୟ ପ୍ରଧାନଙ୍କୁ ମଧ୍ୟ ଆଗକୁ ସରକାର ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଦୁଇ ପାରା ଆଥଲେଟଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ଦୁଇ ଆଥଲେଟଙ୍କୁ ସେ ଶୁଭେଚ୍ଛା ଜଣାଇଥିଲେ । ସହାୟତା ଓ ପ୍ରୋତ୍ସାହନ ପାଇଁ ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିବା ସହ ଧନ୍ୟବାଦ ଜଣାଇଥିଲେ।

nis-ad
Leave A Reply

Your email address will not be published.