ଭାରତର ବିଶାଳ ବିଜୟ, ୨୪୩ ରନରେ ହାରିଲା ଦକ୍ଷିଣ ଆଫ୍ରିକା…

କୋଲକାତା : କୋଲକାତାର ଐତିହାସିକ ଇଡେନ ଗାଡେନ୍ସଠାରେ ଚାଲିଥିବା ଆଇସିସି ବିଶ୍ବକପର ଏକ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୨୪୩ ରନରେ ପରାସ୍ତ କରିଛି ଭାରତ । ଏହା ସହିତ ଚଳିତ ବିଶ୍ବକପରେ ନିଜର ଅପରାଜେୟ ଧାରା ଜାରି ରଖିଛି ଟିମ୍ ଇଣ୍ଡିଆ ।

ଦକ୍ଷିଣ ଆଫ୍ରିକା ଆଗରେ ୩୨୭ ରନର ଲକ୍ଷ୍ୟ ରଖିଥିଲା ଟିମ ଇଣ୍ଡିଆ । ତେବେ ପୁଣି ଥରେ ନିଜର ଘାତକ ବୋଲିଂର ପ୍ରଦର୍ଶନ କରି ଭାରତୀୟ ବୋଲରମାନେ ଦକ୍ଷିଣ ଆଫ୍ରିକା ଟମକୁ ଧୂଳି ଚଟାଇଥିଲେ । ଦକ୍ଷିଣ ଆଫ୍ରିକା ମାତ୍ର ୮୩ ରନରେ ଅଲଆଉଟ ହୋଇଯାଇଥିଲା । ଦଳପକ୍ଷରୁ କୌଣସି ବ୍ୟାଟ୍ସମ୍ୟାନ କ୍ରିଜରେ ତିଷ୍ଠିପାରିନଥିଲେ ।

ଏହି ମ୍ୟାଚରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ରୋହିତ ଶର୍ମା ୪୦ ରନ ଓ ଶୁଭମନ ଗିଲ୍ ୨୩ ରନ କରି ଆଉଟ ହେବା ପରେ ବିରାଟ କୋହଲି ଓ ଶ୍ରେୟସ ଆୟରଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଭାରତର ସ୍କୋରକୁ ଦ୍ରୁତ ଗତିରେ ଆଗେଇ ନେବାରେ ସହାୟକ ହୋଇଥିଲା। ଶ୍ରେୟସ ଆୟର ୭୭ ରନରେ ଆଉଟ ହେବା ପରେ କେଏଲ ରାହୁଲ ମାତ୍ର ୮ ରନରେ ଆଉଟ ହୋଇଥିଲେ । ତେବେ ବିରାଟ କୋହଲି ସୂର୍ଯ୍ୟକୁମାର ଯାଦବ ଓ ରବୀନ୍ଦ୍ର ଜାଦେଜାଙ୍କ ସହ ଉପଯୋଗୀ ପାର୍ଟନରସିପ କରି ଦଳୀୟ ସ୍କୋରକୁ ୫୦ ଓଭରରେ ୩୨୬ ରନରେ ପହଞ୍ଚାଇଥିଲେ ।

nis-ad
Leave A Reply

Your email address will not be published.