ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ଭି.କେ ପାଣ୍ଡିଆନ…

puri-1-1

ପୁରୀ : ପୁରୀରେ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବରିଷ୍ଠ ଅଧିକାରୀମାନେ ବିଭିନ୍ନ ଦ୍ୱାରରେ ଲାଗିବାକୁ ଥିବା ନାମ ଫଳକ ଓ ଭିନ୍ନ ଭିନ୍ନ ରଙ୍ଗର ସାଇନେଜ ବ୍ୟବସ୍ଥା ସମ୍ପର୍କରେ ୫-ଟି ଅଧ୍ୟକ୍ଷଙ୍କୁ ଅବଗତ କରାଇଥିଲେ ।

ଶ୍ରୀମନ୍ଦିର ଚାରିପଟେ ସୌନ୍ଦର୍ଯ୍ୟକରଣ ନେଇ ବିଶେଷ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ସ୍ବତନ୍ତ୍ର ଆଲୋକୀକରଣ ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ମଧ୍ୟ ପାଣ୍ଡିଆନଙ୍କୁ ଅବଗତ କରାଯାଇଥିଲା। ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ କରି ପ୍ରକଳ୍ପ କାର୍ଯ୍ୟ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ ୫-ଟି ଅଧ୍ୟକ୍ଷ । ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂହ , ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ପୁରୀ ଏସପି କନୱର ବିଶାଲ ସିଂହଙ୍କ ସମେତ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ । ଦିନକୁ ଦିନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ବଢୁଛି  । ତେଣୁ କିଭଳି ଭାବେ ଭକ୍ତମାନେ ଶୃଙ୍ଖଳିତ ଭାବେ ମହାପ୍ରଭୂଙ୍କୁ ଦର୍ଶନ କରିପାରିବେ  ।   ସେ ନେଇ ପଦକ୍ଷେପ ନେବାକୁ ୫-ଟି ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ ।

nis-ad
Leave A Reply

Your email address will not be published.