ପୋଲରୁ ୨୦ ଫୁଟ୍ ତଳକୁ ଖସିପଡ଼ିଲା କାର୍, ୩ ଆହତ

CAR3

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ବଣାଇର ମହୁଲପଦା ଥାନାର ଫୁଲଝର ନଗରିଆ ପୋଲ ତଳକୁ ପ୍ରାୟ ୨୦ ଫୁଟ ତଳକୁ ଖସିଲା କାର । ଫଳରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନେ ହେଉଛନ୍ତି- କେନ୍ଦୁଝର ଜିଲ୍ଲା କାଦଡ଼ିଆ ଗାଁର ଅଜିତ ମାହାନ୍ତ, ଓମକାର ବେହେରା ଓ ଯଦୁମଣି ମହାକୁଡ଼। ଅଜିତ ଓ ଓମକାରଙ୍କ ଅବସ୍ଥା ଗୁରୁତର ରହିଛି। ଓମକାର କାର୍ ଚଲାଉଥିଲେ।

ସୂଚନା ଯୋଗ୍ୟ କେନ୍ଦୁଝର ଜିଲ୍ଲା କାଦଡ଼ିଆ ଗ୍ରାମରୁ ରାଉରକେଲା ଅଭିମୁଖେ ଆସୁଥିବା ବେଳେ ପ୍ରାୟ ରାତ୍ରି ୧ ଘଟିକା ସମୟରେ ଭାରସାମ୍ୟ ହରାଇ ପୋଲ ତଳକୁ ପାଣି ଭିତରକୁ ଖସିପଡିଥିଲା କାର । ଆମ୍ବୁଲାନ୍ସ ଯୋଗେ ତିନି ଆହତଙ୍କୁ ବଣାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଥିବା ଅଜିତ ଓ ଓମକାରଙ୍କୁ ରାଉଲକେଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା।

nis-ad
Leave A Reply

Your email address will not be published.