କଟକର ଐତିହାସିକ ବାଲିଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ…

81a1d014-029b-452c-bea4-53c7d9866746-e1701001519675

କଟକ: ରାତି ପାହିଲେ କଟକର ଐତିହାସିକ ବାଲିଯାତ୍ରା ଆରମ୍ଭ ହେବ। କଳିଙ୍ଗର ସ୍ମୁତିକୁ ବହନ କରୁଥିବା ଏହି ଯାତ୍ରା ଆସନ୍ତା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଚଳିତ ବର୍ଷ ୮ ଦିନ ହେବାକୁ ଥିବା ବାଲିଯାତ୍ରାକୁ ଅଧିକ ଆକର୍ଷଣୀୟ, ସୁରକ୍ଷିତ ଆଉ ଜନାଦୃତ କରିବା ପାଇଁ ତଥା ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରିବା ଉପରେ ଗୁରୁତ୍ବ ଦିଆଯାଉଛି।

ବାଲିଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଁଚିଛି। ବାଲିଯାତ୍ରା ପାଇଁ ବାଲିଯାତ୍ରା ପଡ଼ିଆ ଚଳଚଞ୍ଚଳ ଦେଖାଯାଇଛି। ଏହି ଐତିହାସିକ ମହୋତ୍ସବକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଯୁବବର୍ଗଙ୍କ ପାଇଁ ସେଲଫି ଜୋନ୍‌ ପ୍ରସ୍ତୁତ ହୋଇଛି। କଟକ ଇନ୍ କଟକ ମଧ୍ୟରେ ପ୍ରାୟ ୧୦ଟି ସେଲଫି ଜୋନ୍‌ ପ୍ରସ୍ତୁତ କରାଯାଇଛି। ସେହିପରି ଅଣ୍ଡର ୱାଟର ଟନେଲ ଆକ୍ୱାରିଆମର ବି ବ୍ୟବସ୍ଥା ରହିଛି। ଭଳି କି ଭଳି ଦୋଳି ମଧ୍ୟ ପ୍ରସ୍ତୁତ ହେଲାଣି। ଏଥିସହ ବିଭିନ୍ନ ପ୍ରକାରର ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରିବାକୁ ଯୋଜନା କରିଛନ୍ତି ଆୟୋଜକ। ଭିଡକୁ ନଜରରେ ରଖି ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି। ବିଶେଷକରି ଟ୍ରାଫିକ୍ ବ୍ୟବସ୍ଥା ନିୟନ୍ତ୍ରଣ କରିବାକୁ କମିସନରେଟ୍ ପୁଲିସ ବିଶେଷ ଯୋଜନା କରିଛି।

ଚଳିତ ବର୍ଷ ଓରମାସ୍‌ର ଷ୍ଟଲ୍‌ ସଂଖ୍ୟା ୪ଶହକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଥିବା ବେଳେ ପର୍ଯ୍ୟଟନ ବିଭାଗ ପକ୍ଷରୁ ବାଲିଯାତ୍ରାକୁ ପର୍ଯ୍ୟଟନ ପଞ୍ଜିକାରେ ସ୍ଥାନୀତ କରିବା ଉପରେ ଗୁରୁତ୍ବାରୋପ କରାଯାଇଛି। ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଗଣମାଧ୍ୟମ ବିଜ୍ଞାପନ ମାଧ୍ୟମରେ ବାଲିଯାତ୍ରାର ବ୍ୟାପକ ପ୍ରଚାର ପ୍ରସାର ପାଇଁ ପ୍ରସ୍ତାବ ରହିଥିବା ବେଳେ ବାଲିଯାତ୍ରା ଉତ୍ସବକୁ ଜାତୀୟ ମାନ୍ୟତା ପ୍ରଦାନ ପାଇଁ ଲୋକସଂପର୍କ ବିଭାଗ ପକ୍ଷରୁ ରାଜ୍ୟସ୍ତରୀୟ ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ନେଇ ଏକ ଭ୍ରମଣ କାର୍ଯ୍ୟକ୍ରମ ଆୟୋଜନ କରିବାକୁ ପ୍ରସ୍ତାବ ରହିଛି। ସରକାର ଆର୍ଥିକ ଅନୁଦାନ ବୃଦ୍ଧି କରିବା ଲାଗି ମଧ୍ୟ ପ୍ରସ୍ତାବ ଦିଆଯାଇଛି। ବାଲିଯାତ୍ରାକୁ ସୁରକ୍ଷିତ ତଥା ଶୃଙ୍ଖଳିତ କରିବା ପାଇଁ ଟ୍ରାଫିକ ପରିଚାଳନା ସୁବ୍ୟବସ୍ଥିତ କରିବା, ଅତିରିକ୍ତ ଫୋର୍ସ ନିୟୋଜନ ଉପରେ ଗୁରୁତ୍ବ ଦିଆଯାଇଛି।

nis-ad
Leave A Reply

Your email address will not be published.