କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

cm naveen

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ପ୍ରକଳ୍ପ ଦୁଇଟି ହେଉଛି କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏଥିରେ କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି ଓ ମୟୂରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ମଞ୍ଜୁର ହୋଇଛି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ । ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ।

ଏହାଦ୍ବାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଏବଂ ମୟୂରଭଞ୍ଜ ଜିଲ୍ଲା ବଡସାହି ବ୍ଲକର ଜନସାଧାରଣ ଉପକୃତ ହେବେ । ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ ।

nis-ad
Leave A Reply

Your email address will not be published.