ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ…

ହିଞ୍ଜିଳିକାଟୁ (୩୦ା୧୧): ହିଞ୍ଜିଳିକାଟୁ ପୌରାଞ୍ଚଳ ବୃନ୍ଦାବନ ନାୟକ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଶନିବାର ଉଦଯାପିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ନିହାର ରଞ୍ଜନ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଆୟୋଜିତ କ୍ରୀଡା ପ୍ରତିଯୋଗିତାରେ କ୍ରିକେଟ, କବାଡି, ଖୋଖୋ, ଦୌଡ, ଷଟ୍‌ଫୁଟ୍‌, ଜବଲିନ ଥ୍ରୋ, ବେଙ୍ଗଡିଆଁ, ବକୃତା, ପ୍ରବନ୍ଧ, ଚିତ୍ରାଙ୍କନ, ରଙ୍ଗୋଲି, ସଙ୍ଗୀତ, ନୃତ୍ୟ ପ୍ରମୁଖ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । କୃତୀ ପ୍ରତିଯୋଗୀଙ୍କୁ ବିଦ୍ୟାଳୟ ବାର୍ଷିକ ଉତ୍ସବରେ ପୁରସ୍କୃତ କରାଯିବ ବୋଲି ଅଧ୍ୟକ୍ଷ ଶ୍ରୀ ପଣ୍ଡା କହିଛନ୍ତି । କାର୍ଯ୍ୟକ୍ରମକୁ ବିଦ୍ୟାଳୟର କ୍ରୀଡା ଶିକ୍ଷକ ବିଶ୍ୱଜିତ ପଟ୍ଟନାୟକ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ ।

nis-ad
Leave A Reply

Your email address will not be published.