ଆଜି ସାରା ରାଜ୍ୟରୁ ସଂଗୃହିତ ତୁଳସୀ ଏବଂ ସଜ ତୁଳସୀ ଧରି ଶ୍ରୀକ୍ଷେତ୍ର ଅଭିମୁଖେ ତୁଳସୀ ଯାତ୍ରା କରିଥିଊ । ଶ୍ରୀକ୍ଷେତ୍ରର ଶରଧାବାଲି ଠାରେ ଜଗନ୍ନାଥ ପ୍ରେମୀ , ଭକ୍ତ, କଂଗ୍ରେସ କର୍ମୀ ଓ ନେତୃବୃନ୍ଦ ଏକତ୍ରିତ ହୋଇଥିଲେ । ଏବଂ ଶୋଭାଯାତ୍ରାରେ ଯାଇ ପ୍ରଭୁ ଜଗନ୍ନାଥଙ୍କୁ ତୁଳସୀ ଅର୍ପଣ କରିଥିଲେ । ଯଦି ଏହି ଆନ୍ଦୋଳନ ପରେ ସରକାର ଏହି ୬ ଗୋଟି ଦାବିର ସମାଧାନ ପଦକ୍ଷେପ ଗ୍ରହଣ ନକରିବେ ତେବେ ଆନ୍ଦୋଳନର ପରବର୍ତୀ କାର୍ଯ୍ୟକ୍ରମ ଘୋଷଣା କରାଯିବ ।
ପୁରୀ ଶ୍ରୀମନ୍ଦିରର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାରର ଗଣତି, ମଣତି ଓ ମରାମତି ଏବଂ ବେଦାନ୍ତ ଅଧିକୃତ ଜଗନ୍ନାଥଙ୍କ ଅମୃତମଣୋହୀ ଜମି ଓ ଚାଷୀଙ୍କ ଜମିକୁ ଫେରସ୍ତ ସମେତ ଅନ୍ୟାନ୍ୟ ସମୁଦାୟ ୬ ଗୋଟି ଦାବିକୁ ନେଇ ପ୍ରଦେଶ କଂଗ୍ରେସ ପକ୍ଷରୁ ଗତ ଅକ୍ଟୋବର ୧୬ ରେ ପୁରୀ ଠାରେ ବିଶାଳ ସମାବେଶ ଓ ବିକ୍ଷୋଭ ଶୋଭାଯାତ୍ରା କରାଯାଇ ମାନନୀୟ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା । ଦାବି ପୂରଣ ନହେଲେ ପୁଣି ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଥିଲା । କିନ୍ତୁ କିଛି ସୁଫଳ ମିଳିନି । ଯାହାକୁ ନେଇ କଂଗ୍ରେସ ପକ୍ଷରୁ ତୁଳସୀ ଯାତ୍ରା କରିବାକୁ ନିଷ୍ପତ୍ତି ନେଇଥିଲା ।