ଯେଉଁ ଶ୍ରମିକ ମାନେ ଆଜି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ସେମାନେ ହେଲେ ମୟୂରଭଞ୍ଜର ରାଜୁ ନାୟକ, ଧିରେନ୍ ନାୟକ ଓ ବିଶେଶ୍ୱର ନାୟକ ଏବଂ ନବରଙ୍ଗପୁରର ଭଗବାନ ଭତ୍ରା। ସେମାନଙ୍କ ସହିତ ସେମାନଙ୍କ ପରିବାର ଲୋକମାନେ ମଧ୍ୟ ଉପସ୍ଥିତ ଥିଲେ। ସୂଚନା ଯୋଗ୍ୟ ଯେ ଶ୍ରୀ ପାଣ୍ଡିଆନ ଗତ କାଲି ସେମାନଙ୍କ ସହ ଭିଡ଼ିଓ ଜରିଆରେ ଆଲୋଚନା କରି ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ। ଏହି ସାକ୍ଷାତ ସମୟରେ ଶ୍ରମ ମନ୍ତ୍ରୀ ଶ୍ରୀ ସାରଦା ପ୍ରସାଦ ନାୟକ ଉପସ୍ଥିତ ଥିଲେ। ମନ୍ତ୍ରୀ ଶ୍ରୀ ନାୟକ ସେମାନଙ୍କ ଉଦ୍ଧାର କାର୍ଯ୍ୟ ସମ୍ପର୍କରେ ଖବର ରଖିବା ପାଇଁ ଉତ୍ତରାଖଣ୍ଡ ଯାଇ ଥିଲେ ଓ ସମସ୍ତଙ୍କୁ ଧରି ଓଡ଼ିଶା ଫେରି ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଓ ଶ୍ରମ କମିଶନର ଉପସ୍ଥିତ ଥିଲେ।