ଅଜଣା ଗାଡ଼ି ଧକ୍କାରେ ବାଇକ୍ ଚାଳକ ଗୁରୁତର…

ହିଞ୍ଜିଳିକାଟୁ : ସୋମବାର ସନ୍ଧ୍ୟାରେ ହିଞ୍ଜିଳି ଥାନା ତଥା ୫୯ ନଂ ଜାତୀୟ ରାଜପଥ ସୋମପୁର ଛକ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି। ଆହତ ଜଣଙ୍କ ସ୍ଥାନୀୟ ପୌରାଞ୍ଚଳ ବିଜୁ ପଟ୍ଟନାୟକ ଛକ ଅଞ୍ଚଳର ଗୌରହରି ବେହେରା (୬୦) । ପ୍ରକାଶ ଯେ, ଗୌରହରି ବାଇକ୍ (ଓଆର୦୭ଏନ ୯୪୫୭) ଯୋଗେ ନିକଟସ୍ଥ ପେଟ୍ରୋଲ ପମ୍ପରୁ ମୋଟର ସାଇକେଲରେ ପେଟ୍ରୋଲ ପକାଇ ଘରକୁ ଫେରୁଥିବା ବେଳେ ହିଞ୍ଜିଳିକାଟୁ ଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ ଗାଡି ବାଇକ୍ ସମ୍ମୁଖକୁ ଧକ୍କା ଦେଇ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ। ଦୁର୍ଘଟଣାରେ ବାଇକ୍ ଚାଳକ ଜଣଙ୍କ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନାନ୍ତରିତ କରାଯାଇଛି। ଖବର ଲେଖା ହେବା ସୁଦ୍ଧା ଘଟଣା ନେଇ ଥାନାରେ କୌଣସି ଅଭିଯୋଗ ହୋଇନଥିବା ପୁଲିସ ସୂତ୍ରରୁ ପ୍ରକାଶ।

nis-ad
Leave A Reply

Your email address will not be published.