ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ

jaga-2

ପୁରୀ : ଜାନୁୟାରୀ ୧୭ରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପର ହେବ ଲୋକାର୍ପଣ। ଏଥିପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯାଇଛି। ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଯାତ୍ରା ଆରମ୍ଭ କରିଛି ଟିମ୍। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ ପରିଚାଳନା କମିଟି ସଦସ୍ୟ ମାନେ ମଧ୍ୟପ୍ରଦେଶର ଉଜ୍ଜୟନି ଯାତ୍ରା କରି ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ନିମନ୍ତ୍ରଣ ପତ୍ର ଦେବେ।

ସେଠାରେ ଜଗତଗୁରୁଙ୍କ ସହ ଵିସ୍ତୁତ ଭାବେ ପରିକ୍ରମା ପ୍ରକଳ୍ପର ଯଜ୍ଞ ଓ ହୋମ ଆଦି ବିଧିବିଧାନ ସମ୍ପର୍କରେ ଆଲୋଚନା କରାଯିବ। ଶ୍ରୀମନ୍ଦିର ପ୍ରଶାସନର ନିମନ୍ତ୍ରଣ ପତ୍ର ଗ୍ରହଣ କରି ଲୋକାର୍ପଣ କାର୍ଯ୍ୟକ୍ରମରେ ଶଙ୍କରାଚାର୍ଯ୍ୟ ଯୋଗଦେବେ ବୋଲି ଆଶା ରଖିଛି ପରିଚାଳନା କମିଟି। ପରେ ଭାରତବର୍ଷର ୪ଧାମ, ୧୨ଜ୍ୟୋତିର୍ଲିଙ୍ଗ ଓ ବିଭିନ୍ନ ଶୈବପୀଠ ଏବଂ ଶ୍ରୀଜଗନ୍ନାଥ ମନ୍ଦିର ସହ ବିଭିନ୍ନ ମନ୍ଦିରର ମୁଖ୍ୟ ପୂଜକଙ୍କୁ ନିମନ୍ତ୍ରଣ ପାଇଁ ସେବାୟତ ମାନେ ଯାତ୍ରା କରିବେ।

nis-ad
Leave A Reply

Your email address will not be published.