‘BSKY ନବୀନ କାର୍ଡ’ ଶୁଭାରମ୍ଭ : ଉପକୃତ ହେବେ ୯୦ ପ୍ରତିଶତ ଲୋକ

bsky-front-750x430

ଭୁବନେଶ୍ବର : ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା –ନବୀନ କାର୍ଡର ଶୁଭାରମ୍ଭ   କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରାଜ୍ୟର ପ୍ରାୟ ୯୦ ପ୍ରତିଶତ ଲୋକ ଉପକୃତ ହେବେ । ପଇସା  ଅଭାବରୁ  ମୋ  ରାଜ୍ୟର  କେହି  କେବେ  ଉତ୍ତମ  ଚିକିତ୍ସା ରୁ ବଞ୍ଚିତ  ହେବେ  ନାହିଁ  ।  ସ୍ବାସ୍ଥ୍ୟ କ୍ଷେତ୍ରରେ ସରକାରଙ୍କ ସବୁ କାର୍ଯ୍ୟକ୍ରମ ପଛରେ ରହିଛି ଆମର ‘ସୁସ୍ଥ ଓଡିଶା, ସୁଖୀ ଓଡିଶା’ର ମହତ୍ବାକାଂକ୍ଷୀ ଲକ୍ଷ୍ୟ ।

ମୋର ସ୍ବପ୍ନ ହେଉଛି ଓଡିଶାର ସବୁ ଲୋକଙ୍କୁ ସାର୍ବଜନୀନ ସ୍ବାସ୍ଥ୍ୟ ସେବା ଯୋଗାଇଦେବା। BSKY ଯୋଜନାରେ ପ୍ରତି ମାସରେ ୪୫ ଲକ୍ଷରୁ ଅଧିକ ଲୋକ ବିଭିନ୍ନ ସରକାରୀ ସ୍ବାସ୍ଥ୍ୟ ଅନୁଷ୍ଠାନ ଗୁଡିକରେ ମାଗଣାରେ ଚିକିତ୍ସା ସୁବିଧା ପାଉଛନ୍ତି । ଏହାସହିତ ୧ ଲକ୍ଷ ୩୦ ହଜାର ଲୋକ ଘରୋଇ ହସ୍ପିଟାଲ ଗୁଡିକରେ କ୍ୟାସଲେସ୍‌ ଚିକିତ୍ସା ସୁବିଧା ମଧ୍ୟ ପାଉଛନ୍ତି ।

ଏଥିପାଇଁ ପଞ୍ଜିକୃତ ହୋଇଥିବା ଘରୋଇ ହସ୍‌ପିଟାଲ ଗୁଡିକରେ ରାଜ୍ୟ ସରକାର ମାସକୁ ୨୬୦ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । ଗତ ୫ ବର୍ଷରେ BSKY ଯୋଜନାରେ ରାଜ୍ୟ ସରକାର ୪୫୦୦ କୋଟି ଟଙ୍କା ଖର୍ଚ୍ଚ କରି ୨୧ ଲକ୍ଷ ରୋଗୀଙ୍କୁ ବିଭିନ୍ନ ଘରୋଇ ହସ୍ପିଟାଲରେ କ୍ୟାସଲେସ ଚିକିତ୍ସା ସୁବିଧା ଯୋଗାଇ ଦେଇଛନ୍ତି।ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ। ଏକ ଉତ୍ତମ ମଡେଲ। ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ବାସ୍ଥ୍ୟସେବା ବ୍ୟବସ୍ଥା ।

ଯେଉଁଥିରେ କି ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି। ଏବେ ଆମେ BSKY ଯୋଜନାର ତୃତୀୟ ପର୍ଯ୍ୟାୟ ଆରମ୍ଭ କରୁଛୁ। ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍‌ପିଟାଲ ଗୁଡିକରେ କ୍ୟାସଲେସ୍‌ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍‌ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି ।

ସେମାନେ ଆମର ଏହି ନୂଆ ଯୋଜନାରେ ସାମିଲ ହେବେ। ସେମାନେ ସମସ୍ତେ ଆମର ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ  ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ  ଘରୋଇ ହସ୍ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ। ଏଥିପାଇଁ ଚିକିତ୍ସାର ସମସ୍ତ ଖର୍ଚ୍ଚ ଓଡିଶା ସରକାର ନିଜ  ପାଣ୍ଠିରୁ ବହନ କରିବେ।

nis-ad
Leave A Reply

Your email address will not be published.