୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ…

NPIC-20236621220

ଭୁବନେଶ୍ବର : ବଢ଼ିଲା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ। ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳକୁ ୬ ମାସ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ରାଜ୍ୟ ସରକାର କରିଥିବା ସୁପାରିଶକୁ କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି। ଯାହା ଫଳରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳକୁ ୩୦.୦୬.୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।

ସୂଚନାଯୋଗ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୨୦୨୩ ଡିସେମ୍ବର ୩୧ ତାରିଖରେ ସରିବାର ଥିଲା। ଚଳିତ ବର୍ଷ ମାର୍ଚ୍ଚ ମାସରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ ପ୍ରଦୀପ ଜେନା। ତେବେ ଆଜି ତାଙ୍କ କାର୍ଯ୍ୟକାଳ ବୃଦ୍ଧି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨୦୨୪ ଜୁନ୍ ୩୦ ପର୍ଯ୍ୟନ୍ତ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବଢ଼ାଯାଇଛି।

nis-ad
Leave A Reply

Your email address will not be published.