ଆଦର୍ଶ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ

ବିଏନଏମଇ ବିଦ୍ୟାଳୟର ବାର୍ଷିକୋତ୍ସବ
ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରାଞ୍ଚଳ ସ୍ଥିତ ବୃନ୍ଦାବନ ନାୟକ ଇଂରାଜୀ ମାଧ୍ୟମ ବିଦ୍ୟାଳୟର ବାର୍ଷିକୋତ୍ସବ ଶୁକ୍ରବାର ସନ୍ଧ୍ୟାରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଡଃ. ନିହାର ରଞ୍ଜନ ପଣ୍ଡାଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତହସିଲଦାର ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ । ଆଜିର ଶିଶୁ ଭବିଷ୍ୟତର ସୁନାଗରିକ । ଶିକ୍ଷାର୍ଥୀଙ୍କ ଭବିଷ୍ୟତ ଏବଂ ଆଦର୍ଶ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୁର୍ଣ୍ଣ ବୋଲି ଅତିଥି ଶ୍ରୀ ଦେଓ ମତବ୍ୟକ୍ତ କରିଥିଲେ । ସମ୍ମାନିତ ଅତିଥି ଭାବେ ଏସଏମଆଇଟି ତଥା ବିଦ୍ୟାଳୟର ଅଧ୍ୟକ୍ଷ ଡଃ. ଭଗବାନ ଗନ୍ତାୟତ, ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ଜାମୁଲା ଶଙ୍କର ନାରାୟଣ, ଯୁଗ୍ମ ସମ୍ପାଦକ ପ୍ରମୋଦ ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ ଡଃ. ପଣ୍ଡା ବିଦ୍ୟାଳୟର ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ସ୍ଥାନୀୟ ପୌରାଞ୍ଚଳର ସମାଜସେବୀ ତଥା କବି ଲକ୍ଷ୍ମୀ ନାରାୟଣ ପଟ୍ଟନାୟକଙ୍କୂ ବିଦ୍ୟାଳୟ ପକ୍ଷରୁ ପୁଷ୍ପଗୁଚ୍ଛ, ଉପଢୌକନ ଓ ପ୍ରଶଂସାପତ୍ର ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଳୟ ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ବିଦ୍ୟାଳୟର ଶିକ୍ଷାର୍ଥୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ଉପ ଅଧ୍ୟକ୍ଷ ଲିଲିରାଣୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଓ କର୍ମଚାରୀ ବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

nis-ad
Leave A Reply

Your email address will not be published.