ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡିଆ ସାହିତ୍ୟ ପ୍ରତିଯୋଗିତା…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଶଙ୍କରାଖୋଲ ଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ରାଜ୍ୟ ସରକାରଙ୍କ ନୂଆ-ଓ
ଓଡିଆ ସାହିତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏହି ଅବସର ରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ସରପଞ୍ଚ ଜାନକୀ ପ୍ରଧାନ ଏବଂ ମୁଖ୍ୟ ବକ୍ତା ଭାବେ ଅଜିତ କୁମାର ପାତ୍ର ଯୋଗ ଦେଇଥିଲେ l ସେହିପରି ସମ୍ମାନିତ ଅତିଥି ଭାବେ ପରିଚାଳକ ନିର୍ଦ୍ଦେଶକ ସିମସ ବ୍ରହ୍ମପୁର ଯୋଗ ଦେଇଥିଲେ l
କଳିଙ୍ଗ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟର ଅଧ୍ୟାପକ ଆବେଡା ମଣ୍ଡଳ,ସ୍ଥାନୀୟ ଷ୍ଟେଟ ବ୍ୟାଙ୍କର ପୂର୍ବତନ ଶାଖା ପରିଚାଳକ ଅନିରୁଦ୍ଧ ପ୍ରଧାନ ଯୋଗ ଦେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅଧକ୍ଷ୍ୟ ଡଃ. ସନ୍ତୋଷ କୁମାର ପ୍ରଧାନ ଅଧକ୍ଷତା କରିଥିଲେ l ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଓ କର୍ମଚାରୀ ଉପସ୍ଥିତି ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ l ଅନୁଷ୍ଠାନର ବରିଷ୍ଟଅଧ୍ୟାପକ ରାମକୃଷ୍ଣ ମହାନ୍ତି କାର୍ଯ୍ୟକ୍ରମ କୁ ପରିଚାଳନା କରିଥିବା ବେଳେ ଅଧ୍ୟାପକ ଶିବରାମ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠାନର ସମସ୍ତ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ I

nis-ad
Leave A Reply

Your email address will not be published.