ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼…

SATA-2-copy-copy-copy-117

ଭୁବନେଶ୍ୱର,୨୦।୧: ଶନିବାର ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସୂର୍ଯ୍ୟ ଉପାସକମାନେ ଭୋରୁଭୋରୁ ଚନ୍ଦ୍ରଭାଗାଠାରେ ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କୁ ଦୀପ ଦାନ ଦେବା ସହ ସହ ହଜାର ହଜାର ଶ୍ରଦ୍ଧାଳୁ ପୂଜାର୍ଚ୍ଚନା କରିଛନ୍ତି ।
ଖବର ଅନୁଯାୟୀ, ପରମ୍ପରା ଓ କିମ୍ବଦନ୍ତୀ ଅନୁସାରେ ଶାମ୍ବଦଶମୀ ଦିନ ଚନ୍ଦ୍ରଭାଗା ଠାରେ ସ୍ନାନ କରି ପ୍ରଭୁ ସୂର୍ଯ୍ୟ ନାରାୟଣଙ୍କ ଦର୍ଶନ କରାଯାଏ ।
ଏହାଦ୍ୱାର ପରିବାର ସଦସ୍ୟଙ୍କ ଶରୀରରେ ଥିବା ରୋଗ ମୁକ୍ତ ହେବା ସହ ମନକାମନା ପୂରଣ ଓ ପରିବାରର ମଙ୍ଗଳ ହୋଇଥାଏ ।

nis-ad
Leave A Reply

Your email address will not be published.