ଆତ୍ମରକ୍ଷା କାର୍ଯ୍ୟକ୍ରମ ଉଦ‌ଯାପିତ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଶଙ୍କରାଖୋଲ ଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆତ୍ମରକ୍ଷା ତାଲିମ କାର୍ଯ୍ୟକ୍ରମର ଉଦଯାପିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ଜାନକୀ ପ୍ରଧାନ ଯୋଗ ଦେଇଥିବା ବେଳେ ମୁଖ୍ୟ ବ୍ୟକ୍ତା ଭାବେ ଅଧ୍ୟାପକ ରାମକୃଷ୍ଣ ମହାନ୍ତି ଯୋଗଦେଇଥିଲେ । ଛାତ୍ରୀ ମାନଙ୍କୁ ସାହସୀ କରିବା ସହିତ ଶକ୍ତିଶାଳୀ କରିବାରେ ଆତ୍ମରକ୍ଷା ତାଲିମ ପ୍ରମୁଖ ଭୂମିକା ନିର୍ବାହ କରିଥାଏ ବୋଲି ମତ ବ୍ୟକ୍ତ କରିଥିଲେ ମୁଖ୍ୟ ଅତିଥି ଶ୍ରୀମତୀ ପ୍ରଧାନ । କେବଳ ଜରୁରୀ ସମୟରେ ଏହି କୌଶଳର ପ୍ରୟୋଗ ସମନ୍ଧରେ ମତ ରଖିଥିଲେ ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ମହାନ୍ତି । ଏହି କାର୍ଯ୍ୟକ୍ରମରେ ଉଭୟ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୧୦୦ ରୁ ଉର୍ଦ୍ଧ୍ବ ଛାତ୍ରୀ ଯୋଗଦେଇଥିଲେ । ଉକ୍ତ ସଭାରେ ଅଧ୍ୟକ୍ଷ ଡଃ ସନ୍ତୋଷ କୁମାର ପ୍ରଧାନ ଅଧ୍ଯକ୍ଷତା କରିଥିଲେ l ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ବାରା ତାଲିମ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା । କୋଡିନେଟର ଶ୍ରୀ ଶିବରାମ ଅତିଥି ପରିଚୟ ପ୍ରଦାନ କରିବା ସହିତ କାର୍ଯ୍ୟକ୍ରମ ସମ୍ବନ୍ଧୀୟ ବିବରଣୀ ମଧ୍ୟ ପାଠ କରିଥିଲେ ।

nis-ad
Leave A Reply

Your email address will not be published.