ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ ମହାନ୍ତି

ମାଲକାନଗିରି : ଆଜି ମାଲକାନଗିରି ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ ମହାନ୍ତିଙ୍କ ଘର ଓ କାର୍ଯ୍ୟାଳୟରେ ଏକକାଳୀନ ୬ଜାଗାରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ଚଢ଼ାଉ ବେଳେ ଭଡ଼ାଘରୁ ୧ ଲକ୍ଷ ୨୦ହଜାର ଟଙ୍କା ନଗଦ ଜବତ କରିଛି ଭିଜିଲାନ୍ସ । ଏଥିସହ ଚଢାଉରେ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମିଳିଥିବା ସୂଚନା ମିଳିଛି ।
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ମାଲକାନଗିରିର ଭଡ଼ାଘର ଓ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର ଓ ବାଲେଶ୍ୱର ଜିଲ୍ଲାର ଜଳେଶ୍ବର ଦେଉଳି ପଞ୍ଚଘୁଣ୍ଟା ଅଞ୍ଚଳର ତିନି ମହଲା ବିଶିଷ୍ଟ ଘରେ ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ । ବାସଭବନ ଉପରେ ଏକା ସମୟରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ଜଳେଶ୍ଵର ଓ ଭୁବନେଶ୍ବରରେ ଥିବା ନିଜସ୍ୱ ଏକ ଫ୍ଲାଟ୍ ଓ ପୋଖରୀପୁଟରେ ଥିବା ଶଶୁର ଘର ସମେତ ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି । ଭିଜିଲାନ୍ସ ଟିମରେ ଜଣେ ଆଡ଼ିସିନାଲ ଏସପି, ୩ଜଣ ଡିଏସପି, ୮ ଜଣ ଇନିସ୍ପେକ୍ଟର, ୮ ଜଣ ଏଏସଆଇ ସମେତ ଅନ୍ୟ ଅଧିକାରୀମାନେ ଚଢ଼ାଉ କରି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛନ୍ତି।

nis-ad
Leave A Reply

Your email address will not be published.