ଓଡ଼ିଆ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ଆଲୋଚନା ପ୍ରତିଯୋଗିତା ଉଦଯାପିତ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ପଞ୍ଚାୟତ ଉଚ୍ଚମାଧ୍ୟମିକ ବିଦ୍ୟାଳୟ, ଫିରିଙ୍ଗିଆ ପରିସରରେ ଓଡ଼ିଆ ସାହିତ୍ୟ ଓ ଜଗନ୍ନାଥ ସଂସ୍କୃତି ଆଲୋଚନା ଓ ପ୍ରତିଯୋଗିତା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ଡଃ ଚିତ୍ତରଞ୍ଜନ ମିଶ୍ର ଅଧକ୍ଷତା କରିଥିବାବେଳେ ମୁଖ୍ୟବକ୍ତା ଭାବେ ଆଞ୍ଚଳିକ ଉଚ୍ଚମାଧ୍ୟମିକ ବିଦ୍ୟାଳୟ, ସଙ୍କରାଖୋଲର ଓଡ଼ିଆ ଅଧ୍ୟାପକ ରାମକୃଷ୍ଣ ମହାନ୍ତି ଓ ମୁଖ୍ୟଅତିଥି ଭାବେ ପଂଚାୟତ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ ନବଘନ ସାହୁ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଜଗନ୍ନାଥ ସଂସ୍କୃତି ଓ ସାହିତ୍ୟ ସର୍ଜନା ସମ୍ପର୍କରେ ଉଦବୋଧନ ଦେଇଥିଲେ । ସେହିପରି ସମ୍ମାନିତ ଅତିଥି ଭାବେ
ପଞ୍ଚାୟତ ସ୍ନାତକ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପକ ବିରଞ୍ଚି ନାରାୟଣ ଓ ଅଧ୍ୟାପିକା ଶ୍ରୀମତୀ ହରପ୍ରିୟା ମିଶ୍ର ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ।
କାର୍ଯ୍ୟକ୍ରମର ନୋଡାଲ ଅଫିସର ବିଭୂତି ଭୂଷଣ ଶତପଥୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଅତିଥିଙ୍କ କରକମାଳରେ ବିଭିନ୍ନ ପ୍ରତିଯୋଗିତାରେ ବିଜୟୀ ପ୍ରତିଯୋଗୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଅନୁଷ୍ଠାନର ସମସ୍ତ କର୍ମଚାରୀ କାର୍ଯ୍ୟରତ ସଫଳତା ପାଇଁ ପୂର୍ଣ୍ଣପ୍ରାଣରେ ସହଯୋଗ କରିଥିଲେ। ଶେଷରେ ଶିକ୍ଷାବିଭାଗର ଅଧ୍ୟାପକ ଡମ୍ବରୁଧର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ।

nis-ad
Leave A Reply

Your email address will not be published.