କଣ୍ଢଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ନୂଆ-ଓ’ ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ

ଦେବଗଡ଼,୨ା୨: ଓଡିଶା ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଆନୁକୂଲ୍ୟରେ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ଓ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରିପ୍ରେକ୍ଷୀରେ ବାରକୋଟ ବ୍ଲକ କଣ୍ଢଳ ସ୍ଥିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଚାଲିଥିବା ‘ନୂଆ-ଓ’ ସାହିତ୍ୟ ପ୍ରତିଯୋଗିତା ଶୁକ୍ରବାର ଉଦଯାପିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରଞ୍ଜନ କୁମାର ବେହେରା ଙ୍କ ଅଧ୍ୟକ୍ଷତା ଓ ଅଧ୍ୟାପକ ପଲ୍ଲୀସେବକ ସାହୁଙ୍କ ପରିଚଳନାରେ ଆୟୋଜିତ ଉଦଯାପନୀ ଉତ୍ସବରେ ସାହିତ୍ୟିକ ତଥା ନାଟ୍ୟକାର ଡକ୍ଟର ସନ୍ତୋଷ କୁମାର ଦେବତା ଓ ମୂକ୍ୟ ବକ୍ତା ଭାବେ ଡକ୍ଟର ଭାରତ ଭୂଷଣ ନନ୍ଦ ଯୋଗଦେଇ ଶ୍ରୀ ଜଗନ୍ନାଥ ସଂସ୍କୃତି ଓ ଓଡିଆ ଭାଷା ସାହିତ୍ୟ ଉପରେ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପୂର୍ବରୁ ଆୟୋଜିତ ଓଡିଆ ଭାଷା ଓ ସଂସ୍କୃତି ଉପରେ ଅଧାରିତ ବିଭିନ୍ନ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ମୂଖ୍ୟ ଅତିଥିଙ୍କ ଦ୍ୱାରା ମାନପତ୍ର ଓ ପୁରସ୍କାର ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ଆୟୋଜନରେ ଅନୁଷ୍ଠାନର କ୍ରୀଡା ଶିକ୍ଷକ ଧବଳେଶ୍ୱର ପଣ୍ଡାଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀ ମାନେ ସକ୍ରୀୟ ସହଯୋଗ କରିଥିଲେ ।

nis-ad
Leave A Reply

Your email address will not be published.