ଦୁର୍ଘଟଣାରେ ଆହତ ମହିଳାଙ୍କ ମୃତ୍ୟୁ

ହିଞ୍ଜିଳିକାଟୁ : ମଙ୍ଗଳବାର ସକାଳେ ୫୯ ନଂ ଜାତୀୟ ରାଜପଥ ତଥା ହିଞ୍ଜିଳିକାଟୁ ପୌରାଞ୍ଚଳ ସିନେମାହଲ ଛକରେ ମୋଟର ସାଇକେଲ ଧକ୍କାରେ ଜଣେ ମହିଳା ଗୁରୁତର ଆହତ ହୋଇଥିଲେ। ଆହତ ଜଣଙ୍କ ହେଲେ ହିଞ୍ଜିଳି ଥାନା ପୋଚିଲିମା ଗ୍ରାମର ଜି ଯମୁନା। ଚକିତ୍ସାଧିନ ଅବସ୍ଥାରେ ବୁଧବାର ସକାଳେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ସଂପୃକ୍ତ ମହିଳାଙ୍କ ମୃତ୍ୟୁ ଘଟିଛି। ଏ ନେଇ ହିଞ୍ଜିଳି ଥାନାରେ କେସ ନଂ ୧୦୭/୨୪ ରେ ଏକ ମାମଲା ରୁଜୁ କରି ପୁଲିସ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି। ପ୍ରକାଶ ଯେ, ମଙ୍ଗଳବାର ସକାଳେ ଯାଉଥିବା କୋଟିନଡା ଥାନା ଆସିକା କଲେଜ ଛକ ଅଞ୍ଚଳର ବଳରାମ ମହାରଣା ବାଇକ୍ (ଓଡି୩୨ଏଫ ୭୭୨୯)ଯୋଗେ ଆସିକା ଠାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ମହିଳା ଜଣଙ୍କ ନିକଟସ୍ଥ ବ୍ୟାଙ୍କରୁ କାମ ସାରି ଜାତୀୟ ରାଜପଥ ଅତିକ୍ରମ କରୁଥିବା ବେଳେ ବାଇକ ଚାଳକ ଜଣଙ୍କ ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ମହିଳାଙ୍କ ସମତେ ବାଇକ୍ ଚାଳକ ଜଣଙ୍କ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।‌ମହିଳାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା।

nis-ad
Leave A Reply

Your email address will not be published.