ଆସନ୍ତା ୫ ବର୍ଷରେ ଖୋଲିବ ୫ ହଜାର ମିଶନ ଶକ୍ତି ବଜାର

ଭୁବନେଶ୍ଵର: ନିର୍ବାଚନ ପୂର୍ବରୁ ମିଶନ ଶକ୍ତି ମାଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର । ମିଶନ ଶକ୍ତି ମହିଳା ମାନଙ୍କୁ ଏଣିକି ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା ଯାଏଁ ଋଣ। ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ପେରସ୍ତ ହେବ । ମୋଟ ୧୪୫କୋଟି ଟଙ୍କା ଫେରସ୍ତ କରିବେ ସରକାର ।

ସୂଚନା ଅନୁସାରେ, ଆଜି ମିଶନ ଶକ୍ତି ବଜାରର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତିର ମହିଳା ମାନଙ୍କୁ ବିନା ସୁଧରେ ୧୦ଲକ୍ଷ ପର୍ଯ୍ୟନ୍ତ ଋଣ ଦିଆଯିବ । ଏଥିସହ ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ । ଏହାସହ ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ଫେରସ୍ତ ବାବଦକୁ ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିଭଳି ଗତ ୫ ବର୍ଷରେ ୯୨୫ କୋଟି ଟଙ୍କା ଫେରସ୍ତ କରାଯାଇଛି । ମିଶନ ଶକ୍ତି ବଜାର ଉଦଘାଟନ ପୂର୍ବରୁ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ । ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି । ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହୁରି କହିଛନ୍ତି, ମା’ ମାନଙ୍କର ଉନ୍ନତି ପାଇଁ ସରକାର ସବୁବେଳେ କାମ କରୁଛନ୍ତି । ମା’ ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ସହଭାଗୀ ହେଉଛନ୍ତି । ନୂଆ ଓଡ଼ିଶା ଗଠନରେ ସାମିଲ ହୋଇଛନ୍ତି ମିଶନ ଶକ୍ତି ମା’। ମା’ ମାନେ ଏବେ ଏସଏଚଜିରୁ ଏସଏମଇ ହୋଇଛନ୍ତି । ବ୍ୟବସାୟରେ ଆଗକୁ ବଢୁଛନ୍ତି । ମିଶନ ଶକ୍ତିର ମା’ ମାନେ ଭଲ କାମ କରୁଛନ୍ତି ଏବଂ ରୂପାନ୍ତର ଓଡ଼ିଶାରେ ଭାଗିଦାର ସାଜୁଛନ୍ତି ।

nis-ad
Leave A Reply

Your email address will not be published.