ଅନୁଦାନପ୍ରାପ୍ତ ସ୍କୁଲର ମହିଳା କର୍ମଚାରୀଙ୍କୁ ମିଳିବ ୧୮୦ ଦିନର ମାତୃତ୍ୱ ଛୁଟି

ଭୁବନେଶ୍ୱର : ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କ ବିଭିନ୍ନ ସେବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଏହି ବ୍ଲକ ଗ୍ରାଣ୍ଟ କର୍ମଚାରୀମାନେ ବାର୍ଷିକ ପନ୍ଦର ଦିନର ସାମୟିକ ଛୁଟି ପାଇବେ। ଏଥି ସହିତ ମହିଳା ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କୁ ଦୁଇଟି ଜୀବିତ ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୮୦ ଦିନ ର ମାତୃତ୍ଵ ଛୁଟି ମିଳିବ। ବ୍ଲକ ଗ୍ରାଣ୍ଟ ପାଇବା ଦିନ ଠାରୁ ୧୬ ବର୍ଷ ପରେ, ଅନୁଦାନ ପ୍ରାପ୍ତ ଶିକ୍ଷକଙ୍କୁ ଉଚ୍ଚତର ବେତନ ହାର ସ୍ତରରେ ଏକ Placement Scale ସୁବିଧା ପ୍ରଦାନ କରାଯିବ ।

ସେହିପରି ମୁଖ୍ୟମନ୍ତ୍ରୀ ବିଭିନ୍ନ ବ୍ଲକ ଗ୍ରାଣ୍ଟ ଅନୁଦାନ ପରିସରଭୁକ୍ତ ବ୍ଲକ ଗ୍ରାଣ୍ଟ କର୍ମଚାରୀମାନଙ୍କ ପାଇଁ ସେବା ସମୟରେ ମୃତ୍ୟୁବରଣ କିମ୍ବା ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପାମୂଳକ ସହାୟତା ରାଶି ଯଥାକ୍ରମେ ୨ ଲକ୍ଷରୁ ୫ ଲକ୍ଷ ଟଙ୍କା କୁ ଏବଂ ଦେଢ଼ ଲକ୍ଷରୁ ସାଢ଼େ ୩ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଭିତରେ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କୁ ଷାଠିଏ ବର୍ଷ ବୟସରେ ସେବା ନିବୃତ୍ତି ସମୟରେ ଏକକାଳୀନଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀଙ୍କ ଯଥାକ୍ରମେ ୧୦ ଲକ୍ଷ ଓ ୫ ଲକ୍ଷ ଟଙ୍କା ପ୍ରଦାନ ପାଇଁ କ୍ୟାବିନେଟ ନିଷ୍ପତ୍ତି ନେଇଛି । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ବ୍ଲକ ଗ୍ରାଣ୍ଟ କର୍ମଚାରୀ ଓ ସେମାନଙ୍କ ସଂଘ ପକ୍ଷରୁ ଏ ବିଷୟରେ ପ୍ରସ୍ତାବ ଆସିଥିଲା। ଏ ସଂପର୍କରେ ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଅନୁଯାୟୀ ପ୍ରାୟ ୧୭ ହଜାର ୫୦୦ କର୍ମଚାରୀ ଉପକୃତ ହେବେ।

nis-ad
Leave A Reply

Your email address will not be published.