ରାଜ୍ୟରେ ଗଡ଼ିଲା ସଂକଳ୍ପ ରଥ: ଓଡ଼ିଶାବାସୀଙ୍କ ହେବ ଅଭିମତ ସଂଗ୍ରହ

ଭୁବନେଶ୍ବର: ପୁଣି ଥରେ ଦେଶରେ ମୋଦୀ ଶାସନ ଆଣିବାକୁ ବିଜେପିର କସରତ । ତୃତୀୟଥର ପାଇଁ ଶାସନ ଗାଦିରେ ବସାଇବା ଲକ୍ଷ୍ୟରେ ବିଜେପି ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡିବାକୁ ପ୍ରୟାସ ଆରମ୍ଭ କରିଛି । ‘ବିକଶିତ ଓଡ଼ିଶା ଓ ବିକଶିତ ଭାରତ’ ସଂକଳ୍ପ ପତ୍ର ପାଇଁ ଆଜି ଅଭିମତ ସଂଗ୍ରହ ଅଭିଯାନର ହୋଇଛି ଶୁଭାରମ୍ଭ । ଏହି ଅବସରରେ ଆଜି ରାଜ୍ୟ କାର୍ଯ୍ୟାଳୟରୁ ଓଡ଼ିଶାର ୨୧ଟି ସଂସଦୀୟ କ୍ଷେତ୍ର ଅଧିନସ୍ତ ୧୪୭ଗୋଟି ବିଧାନସଭାକୁ ୩୪ଟି ପ୍ରଚାର ଗାଡିର ଶୁଭାରମ୍ଭ କରାଯାଇଛି । ଦଳର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ କନକ ବର୍ଦ୍ଧନ ସିଂହଦେଓ ପତାକା ଦେଖାଇ ଏହି ଅଭିଯାନର ଶୁଭାରମ୍ଭ କରିଛନ୍ତି । ’ବିକଶିତ ଓଡ଼ିଶା ଓ ବିକଶିତ ଭାରତ’ ସଂକଳ୍ପ ଗାଡ଼ି ବୁଲି ଲୋକଙ୍କ ଠାରୁ ସଂଗ୍ରହ କରିବ ଅଭିମତ ।

ସାଧାରଣ ଜନତାଙ୍କୁ ବିକଶିତ କରିବା ସହିତ ଆଗାମୀ ୨୦୪୭ସୁଧା ଭାରତକୁ ବିଶ୍ୱଗୁରୁ ତଥା ବିକଶିତ କରିବାର ଲକ୍ଷ୍ୟରେ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ । ତୃତୀୟଥର ବିଜେପି କ୍ଷମତାକୁ ଆସିଲେ କ’ଣ ସବୁ ଜନମଙ୍ଗକାରୀ ଯୋଜନା ଲାଗୁ କରିବା ଆବଶ୍ୟକ ସେ ନେଇ ସାଧାରଣ ଜନତାଙ୍କ ମତାମତ ଲୋଡିବାକୁ ପ୍ରୟାସ ଆରମ୍ଭ ହୋଇଛି ।

ଏହି ସବୁ ଗାଡିରେ ମତାମତ ପେଟିକା ଓ ସଂକଳ୍ପପତ୍ର ବିଧାନସଭାକ୍ଷେତ୍ର ପର୍ଯ୍ୟନ୍ତ ପଠାଯାଇଛି । ଏହା ପ୍ରତ୍ୟେକ ବିଧାନସଭାରେ ଦୁଇ ରୁ ତିନି ଦିନ ପର୍ଯ୍ୟନ୍ତ ପ୍ରାୟ ୩୦ଗୋଟି ସଭା ମାଧ୍ୟମରେ ସାଧାରଣ ଜନତାଙ୍କ ମତାମତ ସଂଗ୍ରହ କରିବ । ପ୍ରତ୍ୟେକ ପଂଚାୟତ ଓ ସହରାଚଂଳରୁ ମୋଦି ସରକାରଙ୍କଠାରୁ ୧୪୦ କୋଟି ଲୋକଙ୍କର ଆଶା, ଆକାଂକ୍ଷା ଓ ସ୍ୱପ୍ନର ସଂକଳ୍ପ ପତ୍ର ପାଇଁ ଅଭିମତ ଗ୍ରହଣ କରାଯାଇ ଦିଲ୍ଲୀକୁ ପଠାଯିବ । ଏହି ମତାମତକୁ ଆସନ୍ତା ୨୦୨୪ ସାଧାରଣ ନିର୍ବାଚନୀ ସଂକଳ୍ପଭାବେ ବିଜେପି ଗ୍ରହଣ କରିବ ।

nis-ad
Leave A Reply

Your email address will not be published.