କେରିଅର କାଉନସେଲିଂ ଉପରେ ଆଲୋଚନାଚକ୍ର

ଫୁଲବାଣୀ :କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକର ସୁଧାକିରଣ ମହାବିଦ୍ୟାଳୟ ପରିସରରେ କେରୀଅର କାଉନସେଲିଂ ଉପରେ ଆଧାରିତ ଏକ ବୈଠକ ଶ୍ୟାମ ସୁନ୍ଦର ଡାଙ୍ଗୁଆଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ବକ୍ତା ଭାବେ ସୂର୍ଯ୍ୟ ନାରାୟଣ ପାଣିଗ୍ରାହୀ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଶଙ୍କରାଖୋଲ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡଃ ସନ୍ତୋଷ କୁମାର ପ୍ରଧାନ ଓ ଅନୁଷ୍ଠାନର ପ୍ରତିଷ୍ଠାତା ଡଃ ସନ୍ତୋଷ କୁମାର ନାୟକ ଯୋଗ ଦେଇଥିଲେ l ମଞ୍ଚାସୀନ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ସହ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l ମୁଖ୍ୟ ବକ୍ତା ପ୍ରଦୀପ ପ୍ରଜ୍ବଳନ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ l ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସ୍ଵାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା l ମୁଖ୍ୟ ବକ୍ତା କେରିଅର କାଉନସେଲିଂ ଉପରେ ଆଧାରିତ ଯାହାକି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ରେ କାମରେ ଆସିବ ସେ ନେଇ ବକ୍ତବ୍ଯ ରଖିଥିଲେ l ଅନୁଷ୍ଠାନର ପ୍ରତିଷ୍ଠାତା ସନ୍ତୋଷ କୁମାର ନାୟକ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

nis-ad
Leave A Reply

Your email address will not be published.