ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ପ୍ରାର୍ଥୀ କୋଟିପତି; ସନା ସବୁଠୁ ଧନୀ, ଦ୍ୱିତୀୟରେ ସୌମ୍ୟ

ଭୁବନେଶ୍ବର : ଓଡ଼ିଶାରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ଏହି ପର୍ଯ୍ୟାୟରେ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ୩୮୩ ଜଣ ବିଧାୟକ ପ୍ରାର୍ଥୀ ଅଛନ୍ତି । ସେମାନଙ୍କ ମଧ୍ୟରୁ ୩୮୧ ଜଣ ବିଧାୟକ ପ୍ରାର୍ଥୀଙ୍କ ସତ୍ୟପାଠ ବିଶ୍ଳେଷଣ କରିଛି ADR ଓ ଓଡ଼ିଶା ଇଲେକ୍ସନ ୱାଚ।
ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୧୨୬ ଜଣ ଅର୍ଥାତ୍ ୩୩ ପ୍ରତିଶତ ବିଧାୟକ ପ୍ରାର୍ଥୀ କୋଟିପତି ଥିବା ଜଣାଯାଇଛି । କେନ୍ଦୁଝର ଚମ୍ପୁଆର BJD ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ତୃତୀୟ ପର୍ଯ୍ୟାୟର ସବୁଠୁ ଧନୀ ବିଧାୟକ ପ୍ରାର୍ଥୀ । ତାଙ୍କ ସମ୍ପତ୍ତି ମୂଲ୍ୟ ୨୨୭ କୋଟି ୬୭ ଲକ୍ଷ ଟଙ୍କା । ସେହିପରି ୧୨୨ କୋଟି ୮୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ଘଷିପୁରାର ସ୍ୱାଧୀନ ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଏହି ପର୍ଯ୍ୟାୟର ଦ୍ୱିତୀୟ ଧନୀ ବିଧାୟକ ପ୍ରାର୍ଥୀ । ସେହିପରି ୧୨୦ କୋଟି ୫୬ ଲକ୍ଷ ଟଙ୍କା ସମ୍ପତ୍ତି ସହ ତୃତୀୟ ସ୍ଥାନରେ ଅଛନ୍ତି ନୟାଗଡ଼ BJP ବିଧାୟକ ପ୍ରାର୍ଥୀ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ ।
୩୮୧ ବିଧାୟକ ପ୍ରାର୍ଥୀଙ୍କ ମଧ୍ୟରୁ ୧୦୦ ଜଣ ଅର୍ଥାତ୍ ୨୬%ଙ୍କ ନାମରେ ରହିଛି ଅପରାଧିକ ମାମଲା । ୮୬ ଜଣଙ୍କ ନାମରେ ରହିଛି ଗୁରୁତର ଅପରାଧ ମାମଲା । ୪ ଜଣଙ୍କ ନାଁରେ ହତ୍ୟା ମାମଲା ରହିଛି । ୨୬ ଜଣଙ୍କ ନାମରେ ହତ୍ୟା ଉଦ୍ୟମ ମାମଲା ଥିବା ବେଳେ ୨୮ ଜଣଙ୍କ ନାମରେ ମହିଳା ବିରୋଧୀ ମାମଲା ରହିଛି । ଏମିତିକି ଜଣଙ୍କ ନାମରେ ଧର୍ଷଣ ମାମଲା ବି ଅଛି।

nis-ad
Leave A Reply

Your email address will not be published.