ରାଜ୍ୟପାଳଙ୍କୁ ଭେଟି ନିର୍ବାଚନ ଫଳାଫଳ ସମ୍ପର୍କରେ ଅବଗତ କରାଇଲେ ନିର୍ବାଚନ ଅଧିକାରୀ

ଭୁବନେଶ୍ବର: ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ରାଜ୍ୟରେ ହୋଇଥିବା ସାଧାରଣ ନିର୍ବାଚନ ଫଳାଫଳ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ମଧ୍ୟାହ୍ନ ୧ଟା ସମୟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିଜ ଟିମ୍ ସହ ରାଜଭବନ ଯାଇ ରାଜ୍ୟପାଳଙ୍କୁ ନିର୍ବାଚନୀ ଫଳାଫଳ ନେଇ ରିପୋର୍ଟ ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ସଦ୍ୟ ନିର୍ବାଚିତ ଓଡ଼ିଶା ବିଧାନସଭାର ସଦସ୍ୟ ତାଲିକା ବିଜ୍ଞପ୍ତି ଭାରତ ନିର୍ବାଚନ ଆୟୋଗଙ୍କ ଦ୍ୱାରା ପ୍ରକାଶ ପାଇଛି । ଏହି ବିଜ୍ଞପ୍ତି ଓଡ଼ିଶା ରାଜପତ୍ରରେ ମଧ୍ୟ ପ୍ରକାଶିତ ହୋଇଛି ।

୨୦୨୪ ନିର୍ବାଚନରେ କେଉଁ ଦଳର ସଂଖ୍ୟା ଗରିଷ୍ଠତା ରହିଛି ସେ ସମ୍ପର୍କରେ ରାଜ୍ୟପାଳଙ୍କ ଅବଗତି ନିମନ୍ତେ ମୁଖ୍ୟ ନିର୍ବାଚନ ଅଧିକାରୀ ଆନୁଷ୍ଠାନିକ ରିପୋର୍ଟ ଦେଇଥାନ୍ତି । ଏହା ସହିତ ନିର୍ବାଚିତ ବିଧାୟକ ତାଲିକା ପ୍ରଦାନ କରିଛନ୍ତି ।

ଏହି ଅବସରରେ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଡକ୍ଟର ଏନ. ତିରୁମାଲା ନାୟକ, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ମିହିର ମହାନ୍ତି, ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରମୋଦ ସାହୁ ଓ ଭାରତ ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦିଲ୍ଲୀପ କୁମାର ମହତୋ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.