୨୦ ଯାଏଁ ପ୍ରବଳ ବର୍ଷା; ୨୪ଘଣ୍ଟା ମଧ୍ୟରେ ୧୫ ଜିଲ୍ଲା ପାଇଁ ସତର୍କ ଘଣ୍ଟି

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ମଧ୍ୟରେ ଆସିଛି ଆଶ୍ବସ୍ତି କଲାପରି ଖବର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଆଜିଠୁ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାତି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାସହ ବର୍ଷାର ପରିମାଣ ବଢିବା ସହ ୨୦ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ ।

ସେହିପରି ୨୩ ତାରିଖ ସୁଦ୍ଧା ରାଜ୍ୟର ଆଉକିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହେବା ପାଇଁ ପାଗ ଅନୁକୂଳ ଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ପ୍ରଭାବରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ।

ମଙ୍ଗଳବାର ଅନେକ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିଲା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ୧୫ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ।

nis-ad
Leave A Reply

Your email address will not be published.