ଆଉ ୩ ବର୍ଷ ବୃଦ୍ଧି ହେବ ଭାରତୀୟ ହକିର ସ୍ପନସରସିପ୍

ଭୁବନେଶ୍ବର: ହକି ପାଇଁ ଓଡ଼ିଶାକୁ ବିଶ୍ଵରେ ଗୋଟିଏ ଅଲଗା ପରିଚୟ ମିଳିଛି। ଭାରତୀୟ ହକି ଦଳର ବିକାଶରେ ଓଡ଼ିଶାର ପ୍ରଶଂସନୀୟ ଅବଦାନ ରହିଛି ବୋଲି ରାଜ୍ୟ ଅତିଥି ଭବନ ଠାରେ ହକି ଇଣ୍ଡିଆର ସଭାପତି ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ ଓ ମହାସଚିବ ଶ୍ରୀ ଭୋଳାନାଥ ସିଂଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରି କହିଛନ୍ତି  ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏଥିସହ ଭବିଷ୍ୟତରେ ଓଡ଼ିଶା ସରକାରଙ୍କ ସହ ମିଶି ହକିକୁ ପରବର୍ତ୍ତୀ ପର୍ଯ୍ୟାୟକୁ ନେବା ପାଇଁ ମିଳିମିଶି କାମ କରିବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଓଡ଼ିଶା ସରକାରଙ୍କ ପକ୍ଷରୁ ୨୦୩୬ ମସିହାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଶହେ ବର୍ଷ ପୂର୍ତ୍ତି ପାଳନ ହେବାକୁ ଯାଉଛି, ସେଥିପାଇଁ ଓଡ଼ିଶା ସରକାରଙ୍କ ହକି ଇଣ୍ଡିଆକୁ ସ୍ପନସରସିପ୍ ଅବଧି ସମୟକୁ ୨୦୩୩ ରୁ ଆଉ ତିନିବର୍ଷ ପାଇଁ ବୃଦ୍ଧି କରାଯିବ ଏବଂ ହକିର ଉନ୍ନତି ପାଇଁ ରାଜ୍ୟ ସରକାର ଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇଦିଆଯିବ ବୋଲି କହିଛନ୍ତି ମୂଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ ଯେ, ଓଡ଼ିଶା ସରକାର ୨୦୧୮ ମସିହାରୁ ଭାରତୀୟ ହକି ଦଳର ସ୍ପନସରସିପ୍ ଦାୟିତ୍ଵ ନେଇଛନ୍ତି। ୨୦୨୩ ରୁ ୧୦ ବର୍ଷ ପାଇଁ ସ୍ପନସରସିପ୍ କରିବା ପାଇଁ ପୂର୍ବ ସରକାର ଘୋଷଣା କରିଥିଲେ।

nis-ad
Leave A Reply

Your email address will not be published.