ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୬ ତାରିଖ ସଂଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ ରାଷ୍ଟ୍ରପତି। ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ ରାଷ୍ଟ୍ରପତି। ସେହିପରି ଭୁବନେଶ୍ୱରରେ ପହଞ୍ଚିବା ପରେ ସଂଧ୍ୟାରେ ରାଷ୍ଟ୍ରପତି ଉତ୍କଳମଣିଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ।

ସେହିପରି ୭ ତାରିଖରେ ପୁରୀ ଗସ୍ତରେ ଯିବେ। ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ରଥଯାତ୍ରାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସେହିପରି ୮ ତାରିଖରେ ଖଣ୍ଡଗିରି, ଉଦୟଗିରି ପରିଦର୍ଶନ କରିବେ ରାଷ୍ଟ୍ରପତି। ୮ ତାରିଖ ଅପରାହ୍ନରେ ଡିଭାଇନ୍‌ ରିଟ୍ରିଟ୍‌ ସେଣ୍ଟର ଉଦ୍‌ଘାଟନ କରିବେ। ସେହିଦିନ ଅପରାହ୍ନରେ ରାଷ୍ଟ୍ରପତି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି।

ତେବେ ରାଷ୍ଟ୍ରପତି ଓଡ଼ିଶା ଆସିବା ନେଇ ରାଷ୍ଟ୍ରପତି ଭବନରୁ ବିଧିବଦ୍ଧ ସୂଚନା ମିଳି ନାହିଁ। ୯ ତାରିଖ ପୂର୍ବାହ୍ନରେ ନାଇଜର୍‌ କାର୍ଯ୍ୟକ୍ରମରେ ଯୋଗଦେବେ। ଜୁଲାଇ ୭ ଓ ୮ ଦୁଇ ଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ଉଭୟ ପୋଲିସ ପ୍ରଶାସନ ଓ ନୂଆ ରାଜ୍ୟ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସୁରକ୍ଷା ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି।

nis-ad
Leave A Reply

Your email address will not be published.