ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର : ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କେଭି ସିଂଦେଓ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜଘାଟ ଯାଇ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ‘ସଦୈବ ଅଟଳ’ରେ ଅଟଳ ବିହାରୀ ବାଜପେୟୀଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଦେବେ। ଆଜି ମୋହନଙ୍କ ଦିଲ୍ଲୀ ଗସ୍ତର ତୃତୀୟ ଦିନ। ଗତ ଦୁଇ ଦିନ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଅନେକ କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟି ରାଜ୍ୟ ସ୍ବାର୍ଥ ପ୍ରସଙ୍ଗରେ ଆଲୋଚନା କରିଛନ୍ତି । ଆଜି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଭେଟିବେ। ୧୨ଟା ୪୦ରେ ଜେପି ନଡ୍ଡାଙ୍କୁ ମଧ୍ୟ ଭେଟିବା ପାର୍ଯ୍ୟକ୍ରମ ରହିଛି ।

ଅପରାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ ସ୍ଥିତ ତ୍ୟାଗରାଜ ଜଗନ୍ନାଥ ମନ୍ଦିର ଯିବେ । ସନ୍ଧ୍ୟା ୬ଟାରେ ହଜଖାସ ଜଗନ୍ନାଥମନ୍ଦିରରେ ପ୍ରବାସୀ ଓଡ଼ିଆଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି ।  ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିଛନ୍ତି ।

nis-ad
Leave A Reply

Your email address will not be published.