ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର : ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ଆଜି ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି  l ଆଜି ଅପରାହ୍ଣରେ ଲୋକସେବା ଭାବନରେ ଶ୍ରୀ ଆହୁଜା ଅବସରଗ୍ରହଣ କରିଥିବା ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ସେ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି  l

୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିଲେ। ଖୋର୍ଦ୍ଧା ଜିଲ୍ଲାପାଳ ଭାବେ କ୍ଯାରିଅର ଆରମ୍ଭ କରିଥିଲେ ମନୋଜ ଆହୁଜା। ସେ କେନ୍ଦ୍ର କୃଷି ସଚିବ ଦାୟିତ୍ଵରେ ରହିଥିଲେ । ୨୦୧୭ରେ କେନ୍ଦ୍ରୀୟ ଡେପୁଟେସନରେ ଯିବା ପରେ ଲାଲ ବାହାଦୂର ଶାସ୍ତ୍ରୀ ଏକାଡେମୀର ସ୍ଵତନ୍ତ୍ର ନିର୍ଦ୍ଦେଶକ ଭାବେ କାମ କରିଥିଲେ ।

୨୦୨୦ରେ କେନ୍ଦ୍ର ଶିକ୍ଷାମନ୍ତ୍ରାଳୟରେ ସେ ସିବିଏସଇ ଅଧ୍ୟକ୍ଷ ଭାବେ ଦାୟିତ୍ଵରେ ରହିଥଲେ। ଏହାପରେ ୨୦୦୯ରେ ଖାଦ୍ୟ ଯୋଗାଣ ସଚିବ, ୨୦୧୦ରେ ଖଣି ଇସ୍ପାତ ବିଭାଗ ସଚିବ ହୋଇଥିଲେ । ୨୦୧୨ରେ କ୍ରୀଡ଼ା ଯୁବ ବ୍ଯାପାର ଓ ୨୦୧୨ ରୁ ୨୦୧୫ ପର୍ଯ୍ୟନ୍ତ ବାଣିଜ୍ୟ କର କମିଶନର ଥିଲେ । ୨୦୧୫ରେ ସମବାୟ ବିଭାଗର ସଚିବ ଦାୟିତ୍ଵ ଗ୍ରହଣ କରିଥିଲେ।

nis-ad
Leave A Reply

Your email address will not be published.