ଧାର୍ଯ୍ୟ ସମୟ ପୂର୍ବରୁ ଆରମ୍ଭ ହେଲା ପହଣ୍ଡି, ରଥାରୂଢ଼ ହେଲେ ଚତୁର୍ଦ୍ଧାମୂରତି

ପୁରୀ : ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା । ରତ୍ନବେଦୀ ଛାଡି ଜନ୍ମବେଦୀକୁ ଯାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ରଥଯାତ୍ରା ଲାଗି ପୁରା ଲୋକାରଣ୍ୟ ହୋଇଉଠିଛି ବଡଦାଣ୍ଡ। ବିଶ୍ଵର କୋଣ ଅନୁକୋଣରୁ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଆଜି ପୁରୀକୁ ଛୁଟି ଆସିଛନ୍ତି। ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ସମୟ ଧାର୍ଯ୍ୟ କରାଯାଇଥିଲା। ମାତ୍ର ଆଜି ଧାର୍ଯ୍ୟ ସମୟ ପୂର୍ବରୁ ଠାକୁରଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡି ପହଣ୍ଡିରେ ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡି କରି ଯାଇ ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥରେ ବିଜେ କରିବା ପରେ ବଡଠାକୁର ବଳଭଦ୍ରଙ୍କୁ ରଥାରୂଢ କରାଯାଇଛି । ଶେଷରେ କାଳିଆ ଠାକୁରଙ୍କୁ ପହଣ୍ଡି କରି ରଥକୁ ଆଣି ଥିଲେ ଭକ୍ତମାନେ ।

ତିନି ଠାକୁରଙ୍କ ପହଣ୍ଡି ହୋଇ ରଥରେ ବିରାଜମାନ କରିଛନ୍ତି। ଘଣ୍ଟଘଣ୍ଟା, ମୃଦଙ୍ଗ, ହରିବୋଲ, ହୁଳହୁଳିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ରଥାରୂଢ଼ ଶ୍ରୀଜିଉଙ୍କ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାବେଶ ହୋଇଛି।

nis-ad
Leave A Reply

Your email address will not be published.