୧୧ ପରେ ରାଜ୍ୟରେ ବଢ଼ିବ ବର୍ଷା!

ଆଗାମୀ ୨ ଦିନ ରାଜ୍ୟରେ ବର୍ଷା ଲାଗି ରହିବ। ତେବେ ୧୧ ତାରିଖ ପରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଏଥିସହ ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହୋଇପାରେ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି।

୯ ଓ ୧୦ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୧ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସେପଟେ ଦେଖିବାକୁ ଗଲେ ଆଜି ଦିନ ତମାମ କେତେବେଳେ ପାଗ ମେଘୁଆ ରହୁଥିଲା ତ ଆଉ କେତେବେଳେ ପ୍ରଚଣ୍ଡ ଖରା ହେଉଥିଲା। ମଝିରେ ମଝିରେ ଝିପିଝିପି ବର୍ଷା ହେଉଥିବା ଦେଖିବାକୁ ମିଳୁଥିଲା। ଯେଉଁଥିପାଇଁ ଜୀବନଯାତ୍ରା ପ୍ରଭାବିତ ହୋଇଥିଲା।

nis-ad
Leave A Reply

Your email address will not be published.