କାଲିଠୁ ବଢ଼ିବ ବର୍ଷା, ୧୪ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମ୍ଭାବନା

ଭୁବନେଶ୍ୱର : କାଲିଠୁ ବଢ଼ିବ ବର୍ଷା । ୧୪ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବଢିବ ବର୍ଷାର ପରିମାଣ । ରାଜ୍ୟରେ କାଁ ଭାଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି । ଆଜି ଉପକୂଳ ଓଡ଼ିଶାର କିଛି କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷାର ସମ୍ଭାବନା ରହିଛି ।

ଏନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୮ ଟି ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ୧୪ରେ ମଧ୍ୟ ପ୍ରବଳ ବର୍ଷା ନେଇ ୧୦ ଜିଲ୍ଲା ଓ ୧୫ ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେପଟେ ଚଳିତ ମୌସୁମୀ ଋତୁରେ ଜୁନ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ଯରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ୧୩ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୬ଟି ଜିଲ୍ଲାରେ ନିଅଣ୍ଟିଆ ଓ ଗୋଟିଏ ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ ବୃଷ୍ଟିପାତ ହୋଇଛି ।

nis-ad
Leave A Reply

Your email address will not be published.