ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା; ୪ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର,୧୩।୭: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀବାୟୀ ସକ୍ରିୟ ରହିଥିବାରୁ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଶନିବାର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଜିଠାରୁ ୪ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି ।

ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆଜିଠାରୁ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ପାଇବ ଏବଂ କେତେକ ସ୍ଥାନରେ ପ୍ରବଳ ଓ ମଧ୍ୟମ ଧରଣର ବର୍ଷା ହେବ । ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମ ଜିଲାର ବେଲଗୁଣ୍ଠାରେ ସର୍ବାଧିକ ୮୩ ଦଶମିକ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବା ନେଇ ଏହି ଜିଲାଗୁଡ଼ିକୁ ସତର୍କତା ଜାରି କରାଯାଇଛି ।

nis-ad
Leave A Reply

Your email address will not be published.