ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ପଞ୍ଜୀକୃତ ହେଲା ୧୭୦୦ ଅଭିଯୋଗ

ଭୁବନେଶ୍ୱର: ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି ଅଭିଯୋଗ ପ୍ରକୋଷ୍ଠରେ ଚାଲିଥିବା ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋଟ ୧୭୦୦ ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୧୦୦୦ ଅଭିଯୋଗର ଶୁଣାଣି ଶେଷ ହୋଇଛି। ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଆର୍‌ଡିସିସ୍ତରରେ ଅଭିଯୋଗର ସମାଧାନ ପାଇଁ ଯୋଜନା କରାଯାଉଥିବା ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଜୁଲାଇ ମାସର ପ୍ରଥମ ଦିନରେ ପ୍ରଥମ ଥର ପାଇଁ ଭୁବନେଶ୍ୱର ୟୁନିଟ ୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ମନ୍ତ୍ରୀ ଶ୍ରୀ ଗଣେଶରାମ ସିଂ ଖୁଣ୍ଟିଆ, ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ, ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ପ୍ରମୁଖ ଲୋକଙ୍କ ଅଭିଯୋଗ ଶୁଣି ସମାଧାନର ରାସ୍ତା ଖୋଲିଥିଲେ। ତେବେ ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଜୁଲାଇ ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ହୋଇପାରିନଥିଲା।

nis-ad
Leave A Reply

Your email address will not be published.